Posted inଜାତୀୟ

କଂଗ୍ରେସ ଉପମୁଖ୍ୟମନ୍ତ୍ରୀଙ୍କୁ ନିଜର ଗୁରୁ କହିଲେ ଭାଜପା ବିଧାୟକ

ବେଙ୍ଗାଲୁରୁ,୧୮।୮: କର୍ନାଟକ ଭାଜପା ବିଧାୟକ ଏସ.ଟି ସୋମଶେଖର ଗୌଡା କଂଗ୍ରେସ ସରକାରରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ତାଙ୍କର ଗୁରୁ ବୋଲି ବର୍ଣ୍ଣନା କରିଛନ୍ତି। କନର୍ର୍ାଟକ ଭାଜପା ନେତା ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ଏନେଇ କହିଛନ୍ତି, ସୋମଶେଖର କିଛି ସ୍ଥାନୀୟ ପ୍ରସଙ୍ଗରେ ରାଗିଛନ୍ତି, ମୁଁ ତାଙ୍କ ସହ କଥା ହେବି ଏବଂ ତାଙ୍କ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବି।
ଏକ କାର୍ଯ୍ୟକ୍ରମରେ ଭାଜପା ବିଧାୟକ ଏସ.ଟି ସୋମଶେଖର ଗୌଡା ଡି.କେ ଶିବକୁମାରଙ୍କୁ ପ୍ରଶଂସା କରିଥିଲେ। ସେ କହିଛନ୍ତି, ଯଦି ମୁଁ ସମବାୟ କ୍ଷେତ୍ରରେ ଅଗ୍ରଗତି କରିଛି, ତେବେ ଏହା ମୋର ଗୁରୁ ଡି.କେ ଶିବକୁମାରଙ୍କ କାରଣରୁ ହୋଇଛି। ସେ ମୋତେ ସାହାଯ୍ୟ କରିଥିଲେ। ମୋତେ ଜେପି ନାଗର ବ୍ଲକ ଦିଆଯାଇ ନ ଥିଲା। ଡି.କେ ଶିବକୁମାର ମୋତେ ଜେପି ନଗରର ଯୁଗ୍ମ ସଚିବ କରିଥିଲେ।
କର୍ନାଟକରେ ଭାଜପା ବିଧାୟକଙ୍କ ବୈଠକରେ ବୋମ୍ମାଇ ମଧ୍ୟ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯେତେବେଳେ ମୁଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲି, ସେତେବେଳେ ଅନେକ କଂଗ୍ରେସ ବିଧାୟକ ମଧ୍ୟ ମୋତେ ଭେଟିବାକୁ ଆସୁଥିଲେ, କାରଣ ବିଧାୟକଙ୍କ ବିଧାନସଭା ସହ ଜଡିତ ଅନେକ କାର୍ଯ୍ୟ ରହିଛି, ଯାହା କେବଳ ସରକାର କରିପାରିବେ। ସେଥିପାଇଁ ଏହା ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri