Posted inଜାତୀୟ

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ ଏକ କାର୍ଯ୍ୟକ୍ରମରେ ନୀତେଶ କହିଛନ୍ତି, ୨୪ ଘଣ୍ଟା ଛୁଟିରେ ପୋଲିସ ପଠାଇ ଦିଆଯାଉ। ହିନ୍ଦୁମାନେ ନିଜର ଶକ୍ତି ପ୍ରଦର୍ଶନ କରିବେ।

ଅସଦୁଦ୍ଦିନ ଓୱାଇସିଙ୍କ ପାର୍ଟି ଏଆଇଏମଆଇଏମର ନେତା ୱାରିସ ପଠାନ ତାଙ୍କ ବିବୃତ୍ତି ଉପରେ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କୁକୁରମାନେ ଭୁକିବାରେ ଲାଗନ୍ତି, ସିଂହମାନେ ଏଥିପ୍ରତି ଦୃଷ୍ଟି ଦିଅନ୍ତି ନାହିଁ। ନୀତେଶ ରାଣେ କହୁଛନ୍ତି, ୨୪ ଘଣ୍ଟା ପୋଲିସ ହଟାନ୍ତୁ, ହିନ୍ଦୁମାନେ ନିଜର ଶକ୍ତି ପ୍ରଦର୍ଶନ କରିବେ। ଯଦି ମୁଁ ସମାନ କଥା କହିଥାନ୍ତେ, ମୁଁ ବର୍ତ୍ତମାନ ଜେଲରେ ଥା’ନ୍ତି।

ୱାରିସ ପଠାନ ଆହୁରି କହିଛନ୍ତି, ନୀତେଶ ରାଣେ ମସଜିଦ ଭିତରକୁ ପ୍ରବେଶ କରି ମୁସଲମାନମାନଙ୍କୁ ହତ୍ୟା କରିବା କଥା କହୁଛନ୍ତି। ତୁମେ ପ୍ରଥମେ ଆସ, ତୁମର ଦୁଇ ଗୋଡ଼ ବାନ୍ଧି ଷ୍ଟ୍ରେଚର ନେଇଯିବୁ। ନିର୍ବାଚନ ସମୟରେ ଭାଜପା ମହାରାଷ୍ଟ୍ରରେ ଦଙ୍ଗା ସୃଷ୍ଟି କରିବାକୁ ଚାହୁଁଛି ଏବଂ ଆଉ କିଛି ନୁହେଁ।

ଏହାପୂର୍ବରୁ ସେପ୍ଟେମ୍ବର ୧ରେ ଅହମ୍ମଦନଗରରେ ସକଲ ହିନ୍ଦୁ ସମାଜ ଆନ୍ଦୋଳନ ସମୟରେ ନୀତେଶ ରାଣେ କହିଥିଲେ, ଯେଉଁ ଭାଷାରେ ବୁଝିବ, ସେହି ଭାଷାରେ ଧମକ ଦେଇକି ଯାଉଛି। ଯଦି ତୁମେ ଆମର ରାମଗିରି ମହାରାଜାଙ୍କ ବିରୋଧରେ କିଛି କର, ତୁମର ମସଜିଦ ଭିତରକୁ ଯାଇ ତୁମକୁ ଗୋଟି ଗୋଟି କରି ହତ୍ୟା କରିବୁ, ଏହାକୁ ମନେରଖ।

ରାଣେଙ୍କ ଏହି ବିବୃତ୍ତି ମହାରାଷ୍ଟ୍ରରେ ଅନେକ ରାଜନୈତିକ ଉତ୍ତେଜନା ସୃଷ୍ଟି କରିଥିଲା। ଏହି ମାମଲାରେ ମହାରାଷ୍ଟ୍ର ପୋଲିସ ଅଭିଯୋଗ ପରେ ଦୁଇଟି ଏଫଆଇଆର ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri