Posted inଜାତୀୟ

ଭୋ ଭୋ କାନ୍ଦିଲେ ଭାଜପା ବିଧାୟକ, କହିଲେ ମୋ ଟିକେଟ କାହିଁକି କଟିଲା…

ଭୋପାଳ,୨୪।୧୦ : ଟିକେଟ ବଣ୍ଟନ ପରେ ମଧ୍ୟପ୍ରଦେଶର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଉତ୍ତେଜନା ଦେଖାଦେଇଛି। ଭାରତୀୟ ଜନତା ପାର୍ଟି ଛତ୍ରପୁର ଜିଲାର ଚାନ୍ଦ ଆସନରୁ ବିଧାୟକ ରାଜେଶ ପ୍ରଜାପତିଙ୍କ ଟିକେଟ ରଦ୍ଦ କରିଛି। ଏଥିରେ ଅସନ୍ତୁଷ୍ଟ ହୋଇ ପ୍ରଜାପତି ନିଜ ଦଳର ରାଜ୍ୟ ସଭାପତି ଭି.ଡି ଶର୍ମାଙ୍କ ବିରୋଧ ଅଭିଯୋଗ ଆଣିଛନ୍ତି। ଟଙ୍କା ନେଇ ଶର୍ମା ଟିକେଟ ଦେଇଥିବା ସେ ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ରାଜେଶ ପ୍ରଜାପତି କହିଛନ୍ତି ଯେଉଁ ନେତାଙ୍କୁ ଟିକେଟ ଦିଆଯାଇଛି ସେ ଜଣେ ଅପରାଧୀ ଏବଂ ଜୁଆ ଖେଳକୁ ପ୍ରୋତ୍ସାହିତ କରନ୍ତି। ଅନ୍ୟ ବେଆଇନ କାମ ମଧ୍ୟ କରନ୍ତି।

ଏଭଳି ଜଣେ ବ୍ୟକ୍ତିଙ୍କୁ ବିଧାନସଭା ଟିକେଟ ଦିଆଯାଇଛି। ଏପରି ନେତାଙ୍କ ପାଇଁ କିଏ ଠିଆ ହେବ? ସର୍ଭେରେ ମୋର ନାମ ମଧ୍ୟ ଥିଲା, ତେବେ ଟିକେଟ କିପରି କଟାଗଲା? ଏହା କହିବା କହିତ ରାଜେଶ ପ୍ରଜାପତି ମିଡିଆ କ୍ୟାମେରା ଆଗରେ ଭୋ ଭୋ ହୋଇ କାନ୍ଦିବାକୁ ଲାଗିଥିଲେ। ବିଧାୟକ ପ୍ରଜାପତି ତାଙ୍କ ସମର୍ଥକ ଏବଂ ଭାଜପା ନେତାଙ୍କ ସହ ଏକ ବୈଠକ କରିଥିଲେ। ଆଲାମ ଦେବୀ ମନ୍ଦିରରେ ଏହି ସଭା ଡକାଯାଇଥିଲା। ଯେଉଁଠାରେ ପୂର୍ବତନ ଚାନ୍ଦଲା ବିଧାୟକ ବିଜୟ ବାହାଦୂର ସିଂ ମଧ୍ୟ ଉପସ୍ଥିତ ଥିଲେ। ଏହି ବୈଠକରେ ସମର୍ଥକମାନେ ବିଧାୟକଙ୍କ ଟିକେଟ କାଟିବା ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ବୈଠକରେ ଚାନ୍ଦଲା ପ୍ରାର୍ଥୀଙ୍କୁ ବିରୋଧ କରିବା ବିଷୟରେ ମତ ପ୍ରକାଶ ପାଇଥିଲା। ବିଧାୟକଙ୍କ କାନ୍ଦିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri