Posted inଜାତୀୟ

ଭାଜପା ନେତାଙ୍କ ବିବାଦୀୟ ଟିପ୍ପଣୀ: କୃଷକ ଆନ୍ଦୋଳନ ଯୋଗୁ ବ୍ୟାପୁଛି ବାର୍ଡ ଫ୍ଲୁ

ଜୟପୁର,୧୦ ।୧: କେନ୍ଦ୍ର କୃଷି ଆଇନକୁ ନେଇ ଦୀର୍ଘ ପ୍ରାୟ ଦେଢ ମାସ ହେବ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକଙ୍କୁ ନେଇ ରାଜସ୍ଥାନର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ମଦନ ଦିଲାୱର ଏକ ବିବାଦୀୟ ବୟାନ ଦେଇଛନ୍ତି । ସେ କହିଛନ୍ତି କେତେଜଣ ତଥାକଥିତ କୃଷକ ଆନ୍ଦୋଳନ କରୁଛନ୍ତି । ଏହି ତଥାକଥିତ କୃଷକ କୌଣସି ଆନ୍ଦୋଳନରେ ଭାଗ ନ ନେଇ ବରଂ ବଳକା ସମୟରେ ଚିକେନ ବିରିୟାନି ଓ ଡ୍ରାଏ ଫ୍ରୁଟ୍ସର ଆନନ୍ଦ ନେଉଛନ୍ତି । ଏହା କେବଳ ବାର୍ଡ ଫ୍ଲୁ ବଢାଇବା ଯୋଜନା ବୋଲି ଦିଲାୱର କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି କୃଷକଙ୍କ ମଧ୍ୟରେ ଆତଙ୍କବାଦୀ, ଲୁଟେରା ଓ ଚୋର ବି ଥାଇ ପାରନ୍ତି ଏହାସହ କୃଷକଙ୍କ ଶତୁ ବି ଥାଇ ପାରନ୍ତି । ଏମାନେ ସମସ୍ତେ ମିଶି ଦେଶକୁ ନଷ୍ଟ କରିବାକୁ ଚାହୁଁଛନ୍ତି । ଯଦି ସକାର ଏମାନଙ୍କୁ ଆନ୍ଦୋଳନ ସ୍ଥଳରୁ ନ ହଟାନ୍ତି ତେବେ ବାର୍ଡ ଫ୍ଲୁ ଏକ ବଡ ସମସ୍ୟା ହୋଇ ଦେଖାଦେବ । ସୂଚନାଯୋଗ୍ୟ, ଦୀର୍ଘ ପ୍ରାୟ ଦେଢମାସ ହେବ କୃଷକମାନେ ଆନ୍ଦୋଳନରେ ବସିଥିବା ବେଳେ ସରକାରଙ୍କ ସହ ବିଭିନ୍ନ ସମୟରେ କଥା ହୋଇଥିଲେ ମଧ୍ୟ ଏହାର କୌଣସି ସମାଧାନ ବାହାରି ପାରି ନାହିଁ । ଆଉ ଏପଟେ ବିଧାୟକ ଦିଲାୱରଙ୍କ ବିବାଦୀୟ ବୟାନ ଏବେ ରାଜନୀତିକୁ ସରଗରମ କରିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?