Posted inଜାତୀୟ

ହେମା-କ୍ୟାଟ୍ରିନାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଭାଜପା ବିଧାୟକ…

ଭୋପାଳ,୩।୮ : ମଧ୍ୟପ୍ରଦେଶର ଦାମୋହ ଜିଲାର ଜାବେରାର ଭାଜପା ବିଧାୟକ ଧର୍ମେନ୍ଦ୍ର ସିଂ ଲୋଧିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନିଜ ଦଳର ବରିଷ୍ଠ ଏମପି ହେମା ମାଲିନୀଙ୍କ ଗାଲ ସହିତ ରାସ୍ତାର ତୁଳନା କରୁଥିବା ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ, ସେ କ୍ୟାଟ୍ରିନା କୈଫଙ୍କୁ ‘ପୁରୁଣା ମଡେଲ’ ବୋଲି ମଧ୍ୟ କହିଛନ୍ତି। ବର୍ତ୍ତମାନ ଏହି ବିବୃତ୍ତି ନେଇ କଂଗ୍ରେସ ଦଳ ପକ୍ଷରୁ ଧର୍ମେନ୍ଦ୍ର ସିଂଙ୍କ ଇସ୍ତଫା ଦାବି କରାଯାଇଛି। କଂଗ୍ରେସ ନେତାମାନେ ଏହି ବିବାଦୀୟ ବିବୃତ୍ତି ଲୋକପ୍ରିୟ ଅଭିନେତ୍ରୀ ତଥା ଏମପିଙ୍କ ପ୍ରତି ଅପମାନ ବୋଲି କହିଛନ୍ତି।

ଭାଇରାଲ ଭିଡିଓରେ ବିଧାୟକ ଧର୍ମେନ୍ଦ୍ର ସିଂ କହୁଥିବାର ଦେଖିବାକୁ ମିଳୁଛି ଲାଲୁ ଥରେ ତୁମ ଅଞ୍ଚଳରେ ରାସ୍ତା କିପରି ଅଛି ବୋଲି ପଚାରିଥିଲେ, ସେତେବେଳେ ଲୋକମାନେ କହିଥିଲେ ରାସ୍ତା ଖାଲ ଖମାରେ ଭର୍ତ୍ତି। ଯଦି ତୁମେ ଆଗକୁ ମତେ ସିଏମ କର, ଆମେ ହେମା ମାଲିନିଙ୍କ ଗାଲ ପରି ରାସ୍ତାକୁ ସୁଗମ କରିବୁ। ହେମା ମାଲିନିଙ୍କ ସମୟ ଏବେ ବିତି ଯାଇଛି ।

ତା’ପରେ ବିଧାୟକ ସେଠାରେ ଉପସ୍ଥିତ ଥିବା ଲୋକଙ୍କୁ ପଚାରିଥିଲେ କେଉଁ ଅଭିନେତ୍ରୀ ବର୍ତ୍ତମାନ ଭଲ କାମ କରୁଛନ୍ତି, ତା’ପରେ କେହି ଜଣେ କ୍ୟାଟ୍ରିନା କୈଫଙ୍କ ନାମ ନେଇଥିଲେ। ଏହା ଉପରେ ବିଧାୟକ ଧର୍ମେନ୍ଦ୍ର ସିଂ କହିଥିଲେ କ୍ୟାଟ୍ରିନା ଏବେ ଓଲଡ ମଡେଲ ହୋଇଯାଇଛନ୍ତି। ଭିଡିଓ ଭାଇରାଲ ହେବା ପରେ ଏବେ ସେ ଅସୁବିଧାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri