Posted inଜାତୀୟ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ରବିବାର ବିଧାୟକଙ୍କ ବୈଠକ

ଡେରାଡୁନ,୧୯।୩: ଉତ୍ତରାଖଣ୍ଡ ଭାଜପା ବିଧାୟକ ଦଳର ବୈଠକ ମାର୍ଚ୍ଚ ୨୦ରେ ଅନୁଷ୍ଠିତ ହେବ। ଏହି ବୈଠକରେ ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ହେବ। ବିଧାନସଭା ନିର୍ବାଚନର ଫଳାଫଳର ଆସିବାର ୯ଦିନ ପରେ ବି ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ସ୍ଥିର କରାଯାଇପାରିନାହିଁ। ତେବେ ଦିଲ୍ଲୀରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହାଙ୍କ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡାନ୍ତ ହେବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଚଳିତ ଥର ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ପରାଜୟ ହୋଇଛନ୍ତି। ଭାଜପା ତାଙ୍କ ଚେହେରାକୁ ନେଇ ନିର୍ବାଚନ ଲଢ଼ିଥିଲା। ଏଥିଯୋଗୁ ଭାଜପାକୁ ନୂଆ ନେତା ବାଛିବାରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଅନ୍ୟପଟେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ବି ଭାଜପା ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ବାଛିବାରେ ସକ୍ଷମ ହୋଇପାରିନାହିଁ। ଶନିବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଏକ ବୈଠକ ଅନୁଷ୍ଠିତ ହେବ। ଏହାପରେ ମାର୍ଚ୍ଚ ୨୦ରେ ହେବାକୁ ଥିବା ଭାଜପା ବିଧାୟକଙ୍କ ବୈଠକରେ ଏହା ଉପରେ ମୋହର ଲାଗିବ। ତେବେ ମାର୍ଚ୍ଚ ୨୨ରେ ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇପାରେ। ଭାଜପା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଉତ୍ତରପ୍ରଦେଶର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା ବୈଦେଶିକ ବ୍ୟାପାର ମନ୍ତ୍ରୀ ମୀନାକ୍ଷୀ ଲେଖୀଙ୍କୁ ସହପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ଭାଜପା ବିଧାୟକଙ୍କ ବୈଠକରେ ଏହି ଦୁଇ ନେତା ମଧ୍ୟ ଉପସ୍ଥିତ ରହିବେ। ସୂଚନା ମୁତାବକ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଏପର୍ଯ୍ୟନ୍ତ ପୁଷ୍କର ସିଂ ଧାମି, ଧନ ସିଂ ରାୱତ ଏବଂ ଅନିଲ ବାଲୁନିଙ୍କ ନାମ ଆଗରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?