ବିଜେଡିର ଗୁଣଗାନ କଲେ ଭାଜପା ବିଧାୟକ

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ):ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଭାସ୍କର ମଢ଼େଇ ବିଜେଡିର ଗୁଣଗାନ କରି ଚର୍ଚ୍ଚାକୁ ଆସିଛନ୍ତି। ସୋମବାର ନୂଆସାହିସ୍ଥିତ କପ୍ତିପଦା କଲେଜଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏଥିରେ ବିଧାୟକ ମଢେଇଙ୍କ ବିଜେଡି ପ୍ରୀତି ଦେଖିବାକୁ ମିଳିଥିଲା। ଆୟୋଜିତ ସଭାରେ ସେ ନବୀନ ସରକାରଙ୍କୁ ପ୍ରଶଂସା କରିବା ସହିତ ଛାତ୍ରୀଛାତ୍ରମାନଙ୍କ ଗହଣରେ ଯୁବ ଓଡ଼ିଶା ନବୀନ ଓଡ଼ିଶାର ନାରା ଦେଇଥିଲେ। ବିଜୁ ଛାତ୍ର ଜନତା ଦଳ ମୟୂରଭଞ୍ଜ-୧ ପକ୍ଷରୁ ଉଦଳା ନିର୍ବାଚନମଣ୍ଡଳୀ ଅଧୀନ କପ୍ତିପଦା କଲେଜଠାରେ ଛାତ୍ରୀଛାତ୍ରଙ୍କ ନାମ ନୂତନ ଭୋଟର ତାଲିକାରେ ପଞ୍ଜୀକରଣ କରାଇବା କାର୍ଯ୍ୟକ୍ରମ ଚାଲିଥିଲା। ବିଜେଡି ନେତା ଓ କର୍ମୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବିଜୁ ଛାତ୍ର ଜନତା ଦଳ ସଭାପତି ସୁନୀଲ କୁମାର ନାଏକ ଉପସ୍ଥିତ ଥିଲେ। ତେବେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ବିଧାୟକ ମଢ଼େଇ ବିଜେଡିର ଗୁଣଗାନ କରିବା ପରେ ଆଗାମୀ ଦିନରେ ସେ ବିଜେଡିରେ ଯୋଗଦେଇ ପାରନ୍ତି ବୋଲି କର୍ମୀ ମହଲରେ ଆଲୋଚନା ଚାଲିଛି। ପୂର୍ବରୁ ମଧ୍ୟ ସେ ‘ମୋ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଜେଡିକୁ ପ୍ରଶଂସା କରି ଚର୍ଚ୍ଚାକୁ ଆସିଥିଲେ। ଏ ସଂକ୍ରାନ୍ତରେ ବିଧାୟକ ମଢ଼େଇଙ୍କୁ ପଚାରିବାରୁ ସରକାରଙ୍କ କାର୍ଯ୍ୟକ୍ରମ ଲୋକପ୍ରିୟ କାର୍ଯ୍ୟକ୍ରମ, ଭଲକୁ ଭଲ କହିବାରେ କୌଣସି ଅସୁବିଧା ନାହିଁଁ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ମୟୂରଭଞ୍ଜ ପୂର୍ବ ସାଂଗଠନିକ ଜିଲା ଭାଜପା ସଭାପତି କାନ୍ଦ୍ରା ସୋରେନଙ୍କୁ ପଚାରିବାରୁ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟକ ମଢ଼େଇ ଏପରି କହିଥିତ୍ବେ। ତେବେ ସେ ଯାହା କହିଥିବେ ତାହା ତାଙ୍କର ବ୍ୟକ୍ତିଗତ ମତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri