Posted inଜାତୀୟ

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ ଶାସକ ‘ନ୍ୟାସନାଲ କନଫରେନ୍ସ’ (NC) ର ବିଧାୟକମାନେ ତାଙ୍କୁ ଉତ୍ସାହିତ କରିବା ସହ ତାଙ୍କର ପ୍ରଶଂସା କରିଛନ୍ତି।

ଦେବୟାନୀ ରାଣା ହେଉଛନ୍ତି ସ୍ୱର୍ଗତ ଦବିନ୍ଦର ସିଂହ ରାଣାଙ୍କ ଝିଅ। ଦବିନ୍ଦର ଦୀର୍ଘ ଦିନ ଧରି ଓମାର ଅବଦୁଲ୍ଲାଙ୍କ ସହଯୋଗୀ ଓ ଘନିଷ୍ଠ ବନ୍ଧୁ ଥିଲେ। ନିକଟରେ ତାଙ୍କର ମୃତ୍ୟୁ ପରେ ଦେବୟାନୀ ନାଗ୍ରୋଟା ଆସନରୁ ବିଜୟୀ ହୋଇଛନ୍ତି। ତାଙ୍କର ଏହି ପ୍ରଥମ ଅଭିଭାଷଣ ପୂର୍ବରୁ ବାଚସ୍ପତି ସମସ୍ତ ସଦସ୍ୟଙ୍କୁ ଜଣେ ନୂତନ ବିଧାୟିକାଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିଥିଲେ।

ଦେବୟାନୀ ନିଜର ୧୨ ମିନିଟର ଅଭିଭାଷଣରେ ତଥ୍ୟ ସହ ବଜେଟର ସମାଲୋଚନା କରିଥିଲେ। ସେ ଦର୍ଶାଇଥିଲେ ଯେ, ଗତ ବର୍ଷ ବନ୍ୟା ଓ ଭୂସ୍ଖଳନରେ ବହୁ ଧନଜୀବନ ହାନି ହୋଇଥିବା ବେଳେ ଏଥିପାଇଁ ଅନୁଦାନକୁ ୭୧୯ କୋଟିରୁ ୩୫୦ କୋଟିକୁ କମାଇ ଦିଆଯାଇଛି। ଶିକ୍ଷା କ୍ଷେତ୍ରରେ ୧୯୩ କୋଟି ଟଙ୍କା କମ୍ ବ୍ୟୟବରାଦ କରାଯାଇଛି, ଯାହା ଗରିବ ପିଲାଙ୍କ ପ୍ରଗତିରେ ବାଧା ସୃଷ୍ଟି କରିବ। ଦିବ୍ୟାଙ୍ଗଙ୍କ ପାଇଁ ମାଗଣା ବସ୍ ସେବା ଥିଲେ ମଧ୍ୟ ବସ୍‌ଗୁଡ଼ିକରେ ସେମାନଙ୍କ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା ନାହିଁ।

ଭାଜପା ପ୍ରାର୍ଥୀ ଭାବେ ଦେବୟାନୀ ଲଢ଼ୁଥିଲେ ମଧ୍ୟ ଓମାର ଅବଦୁଲ୍ଲା ସମ୍ମାନ ଦୃଷ୍ଟିରୁ ତାଙ୍କ ବିରୋଧରେ କୌଣସି ନିର୍ବାଚନୀ ପ୍ରଚାର କରିନଥିଲେ। ବିଧାନସଭାରେ ମଧ୍ୟ ବଜେଟକୁ କଡ଼ା ସମାଲୋଚନା କରିବା ସତ୍ତ୍ୱେ ତାଙ୍କର ସ୍ପଷ୍ଟବାଦିତା ଓ ପ୍ରସ୍ତୁତି ପାଇଁ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଟେବୁଲ ବାଡ଼େଇ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri