Posted inଜାତୀୟ

ମେଇତିଙ୍କୁ ଏସ୍‌ଟି ମାନ୍ୟତା ବିରୋଧରେ ସୁପ୍ରିମକୋର୍ଟ ଗଲେ ଭାଜପା ବିଧାୟକ

ନୂଆଦିଲ୍ଲୀ, ୮ା୫ (ପି.ଟି.) : ମଣିପୁର ସ୍ଥିତିକୁ ନେଇ ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଛି। ମେଇତି ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ ଲାଗି ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଭାଜପା ବିଧାୟକ ତଥା ପାର୍ବତ୍ୟାଞ୍ଚଳ କମିଟି (ଏଚ୍‌ଏସି) ଅଧ୍ୟକ୍ଷ ଦିଙ୍ଗାଙ୍ଗଲୁଙ୍ଗ ଗଙ୍ଗମେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମଣିପୁର ହିଂସାର ଏସ୍‌ଆଇଟି ତଦନ୍ତ ଲାଗି ନିର୍ଦ୍ଦେଶ ଦେବାକୁ ମଣିପୁର ଟ୍ରାଇବାଲ ଫୋରମ ପକ୍ଷରୁ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ସୋମବାର ପିଟିଶନଗୁଡ଼ିକର ଶୁଣାଣି ହେବ।
ମେଇତିମାନଙ୍କୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ ଲାଗି ଗତ ମାର୍ଚ୍ଚ ୨୭ରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ବିରୋଧ କରି ଚୁରାଚାନ୍ଦପୁର ଜିଲାରେ ଗତ ବୁଧବାର ଅନ୍ୟ ଆଦିବାସୀ ସମ୍ପ୍ରଦାୟ ବିକ୍ଷୋଭକୁ ଓହ୍ଳାଇଥିଲେ, ଯାହା ହିଂସାତ୍ମକ ରୂପ ନେଇଥିଲା। ଗଙ୍ଗମେଇଙ୍କ କହିବା ଅନୁଯାୟୀ, ମେଇତିମାନଙ୍କୁ ଏସ୍‌ଟି ମାନ୍ୟତା ପ୍ରଦାନ ଲାଗି ହାଇକୋର୍ଟ ନିଷ୍ପତ୍ତି ନେବା ବେଳେ ଏଚ୍‌ଏସିକୁ ପକ୍ଷ ଭାବେ ଗ୍ରହଣ କରି ନ ଥିଲେ। ଏପରିକି ହାଇକୋର୍ଟ ଏଚ୍‌ଏସିକୁ ନୋଟିସ ନ କରି ମେଇତିମାନଙ୍କୁ ଆଦିବାସୀ ମାନ୍ୟତା ପ୍ରଦାନ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଉଭୟ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନାରୁ ହିଂସାକାଣ୍ଡ ଘଟି ୧୯ ଆଦିବାସୀଙ୍କ ଜୀବନ ଗଲା ବୋଲି ଗଙ୍ଗମେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri