ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ ଭାଜପା ଏକମାତ୍ର ବିକଳ୍ପ, ସମସ୍ତେ ମିଶିବାକୁ ଇଚ୍ଛା କରିବେ ବୋଲି ବିଜୁଳି କହିଛନ୍ତି।

ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ  ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଥିଲେ।

ସେ କହିଥିଲେ, ‘ବିଜେଡିର ଅନେକ ନେତା ଭାଜପାରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭାଜପାରେ ମିଶିଲେ, ୨ ରାଜ୍ୟ ସଭା ଏମ୍‌ପି ମଧ୍ୟ ଭାଜପାରେ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭାଜପାରେ ମିଶିବାକୁ ନିବେଦନ କରୁଛନ୍ତି। ତେବେ ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ”।

ମନମୋହନ ବିଜେଡିକୁ  ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା ମୁହଁରେ ହାତ ଦେଇ ହେବ କି? ବିଜେଡି ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ ଅଛି କି ବୋଲି ବଦ୍ରି ମନମୋହନଙ୍କୁ ପ୍ରଶ୍ନ କରିଛନ୍ତି।

ଉଭୟ ଦଳର ନେତାଙ୍କ ଆକ୍ଷେପ ପ୍ରତିଆକ୍ଷେପ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri