ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପରେ ବର୍ଷିଛନ୍ତି। ବଡ଼ ବାବୁ ଏବଂ ସାନ ବାବୁ ପ୍ରସଙ୍ଗ ଉଠାଇ ସେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି,୨୪ ବର୍ଷ ହେଲା ରାଜ୍ୟରେ ଏକ ନିଷ୍କ୍ରିୟ ସରକାର ଚାଲିଛି। କରୋନା ପରଠାରୁ ଆଉ ଦିଶୁନାହାନ୍ତି ମୁଖ୍ୟମନ୍ତ୍ରୀ। ସଚିବାଳୟ ମଧ୍ୟ ଯାଉ ନାହାନ୍ତି। ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି। ବଡବାବୁଙ୍କୁ ଶାସନରୁ ଦୂରେଇ ଦେଉଛନ୍ତି ସାନବାକୁ। ସାନବାବୁ ବଡ଼ବାବୁ ହେବାକୁ ବିଫଳ ପ୍ରୟାସ କରୁଛନ୍ତି। କୌଣସି ରାଜ୍ୟରେ ଏପରି ବିଚିତ୍ର ଶାସନ ବ୍ୟବସ୍ଥା ନାହିଁ।
ଓଡ଼ିଆ ଅସ୍ମିତା ବିପଦରେ ଅଛି, ଏହା ସମସ୍ତେ ଅନୁଭବ କରୁଛନ୍ତି। ବଡ଼ବାବୁଙ୍କ ଦର୍ଶନ ପାଉ ନ ଥିବାରୁ ଅନେକ ନେତା ବିଜେଡି ଛାଡୁଛନ୍ତି। ତେଣୁ ଓଡ଼ିଶାକୁ ସୁସ୍ଥ ସବଳ ମୁଖ୍ୟମନ୍ତ୍ରୀ ଆବଶ୍ୟକ। ସାନ ବାବୁ କେବେ ବଡ଼ ବାବୁ ହୋଇପାରିବେ ନାହିଁ। ଓଡ଼ିଶାକୁ ଲୁଟ୍‌ କରିବା ଲାଇସେନ୍ସ ଆଉ ଦିଆ ନ ଯାଉ ବୋଲି ଅପରାଜିତା କହିଛନ୍ତି।
ଏତେ ଖରାରେ ମୁଖ୍ୟମନ୍ତ୍ରୀଙ୍କୁ ୨ଟି ଯାଗାରୁ କାହିଁକି ପ୍ରାର୍ଥୀ କରାଯାଉଛି ବୋଲି ଅପରାଜିତା ପ୍ରଶ୍ନ ଉଠାଇଛନ୍ତି। ସାନ ବାବୁଙ୍କ ବ୍ୟାକ୍‌ ଡୋର୍‌ରେ ଏଣ୍ଟ୍ରି ପାଇଁ ନବୀନ ୨ ଜାଗାରେ ପ୍ରାର୍ଥୀ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri