Odisha Elections 2024

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପରେ ବର୍ଷିଛନ୍ତି। ବଡ଼ ବାବୁ ଏବଂ ସାନ ବାବୁ ପ୍ରସଙ୍ଗ ଉଠାଇ ସେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି,୨୪ ବର୍ଷ ହେଲା ରାଜ୍ୟରେ ଏକ ନିଷ୍କ୍ରିୟ ସରକାର ଚାଲିଛି। କରୋନା ପରଠାରୁ ଆଉ ଦିଶୁନାହାନ୍ତି ମୁଖ୍ୟମନ୍ତ୍ରୀ। ସଚିବାଳୟ ମଧ୍ୟ ଯାଉ ନାହାନ୍ତି। ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି। ବଡବାବୁଙ୍କୁ ଶାସନରୁ ଦୂରେଇ ଦେଉଛନ୍ତି ସାନବାକୁ। ସାନବାବୁ ବଡ଼ବାବୁ ହେବାକୁ ବିଫଳ ପ୍ରୟାସ କରୁଛନ୍ତି। କୌଣସି ରାଜ୍ୟରେ ଏପରି ବିଚିତ୍ର ଶାସନ ବ୍ୟବସ୍ଥା ନାହିଁ।
ଓଡ଼ିଆ ଅସ୍ମିତା ବିପଦରେ ଅଛି, ଏହା ସମସ୍ତେ ଅନୁଭବ କରୁଛନ୍ତି। ବଡ଼ବାବୁଙ୍କ ଦର୍ଶନ ପାଉ ନ ଥିବାରୁ ଅନେକ ନେତା ବିଜେଡି ଛାଡୁଛନ୍ତି। ତେଣୁ ଓଡ଼ିଶାକୁ ସୁସ୍ଥ ସବଳ ମୁଖ୍ୟମନ୍ତ୍ରୀ ଆବଶ୍ୟକ। ସାନ ବାବୁ କେବେ ବଡ଼ ବାବୁ ହୋଇପାରିବେ ନାହିଁ। ଓଡ଼ିଶାକୁ ଲୁଟ୍‌ କରିବା ଲାଇସେନ୍ସ ଆଉ ଦିଆ ନ ଯାଉ ବୋଲି ଅପରାଜିତା କହିଛନ୍ତି।
ଏତେ ଖରାରେ ମୁଖ୍ୟମନ୍ତ୍ରୀଙ୍କୁ ୨ଟି ଯାଗାରୁ କାହିଁକି ପ୍ରାର୍ଥୀ କରାଯାଉଛି ବୋଲି ଅପରାଜିତା ପ୍ରଶ୍ନ ଉଠାଇଛନ୍ତି। ସାନ ବାବୁଙ୍କ ବ୍ୟାକ୍‌ ଡୋର୍‌ରେ ଏଣ୍ଟ୍ରି ପାଇଁ ନବୀନ ୨ ଜାଗାରେ ପ୍ରାର୍ଥୀ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri