ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଟଙ୍କା ଦାନ କଲେ ଭାଜପା ଏମ୍‌ପି ଗମ୍ଭିର

ନୂଆଦିଲ୍ଲୀ,୨୧ ।୧: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏଥିପାଇଁ ଟ୍ରଷ୍ଟ ପକ୍ଷରୁ ଚାନ୍ଦା ଏକାଠି କରାଯାଉଛି । ଭାରତୀୟ ଜନତା ପାର୍ଟି(ଭଜାପା)ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭିର ଏଥିପାଇଁ ୧ କୋଟି ଟଙ୍କା ଦାନ କରିଛନ୍ତି । ଗୁରୁବାର ସେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସନ୍ଥଙ୍କ ସହ ସାକ୍ଷାତ୍ କରି ଏହି ଦାନ ଦେଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ରାମ ମନ୍ଦିର ଟ୍ରଷ୍ଟ ଓ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ସାରା ଦେଶରୁ ଚାନ୍ଦା ଏକାଠି କରାଯାଉଛି । ଏହି ଅଭିଯାନ ମାଧ୍ୟମରେ ପାଖାପାଖି ୫ ଲକ୍ଷ ପରିବାର ନିକଟରେ ପହଞ୍ଚିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ଏହା ଆରମ୍ଭ କରାଯାଇଥିବା ବେଳେ ରାଷ୍ଟ୍ରପତି ୫ ଲକ୍ଷ ଟଙ୍କା ଦାନ ଦେଇଥିଲେ । ସେହିପରି ଗୁରୁବାର ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦିପ ଧନଖଡେ ରାମ ମନ୍ଦିର ନିର୍ମାଣ ପାଇଁ ମଧ୍ୟ ୫ ଲକ୍ଷ ଟଙ୍କା ଦାନ ଦେଇଥିଲେ । ଏବେ ଏହି ତାଲିକାରେ ବଲିଉଡ୍ ଷ୍ଟାର ଅକ୍ଷୟ କୁମାର, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ବହୁ ନାମୀଦାମୀ ବ୍ୟକ୍ତି ସାମିଲ ହୋଇ ସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri