Posted inଜାତୀୟ

ଭାଜପା ଏମପିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୧୯ ।୭: ଭାରତୀୟ ଜନତା ପାର୍ଟି(ଭାଜପା) ଏମପି କିରୋରି ଲାଲ ମିଣାଙ୍କୁ ଏକ ପତ୍ର ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି । ଏ ସମ୍ପର୍କରେ ସେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଓ ଦିଲ୍ଲୀ ପୋଲିସ କମିଶନରଙ୍କୁ ଅଭିଯୋଗ କରିଛନ୍ତି । ଏଥିରେ ସେ ଅଭିଯୋଗ କରିଛନ୍ତି ଯେ ରାଜସ୍ଥାନରେ ସେ କହ୍ନେୟାଙ୍କ ପରିବାରକୁ ଭେଟିବାରୁ ତାଙ୍କୁ ଏହି ହତ୍ୟା ଧମକ ମିଳିଥିବା ସେ ଅନୁମାନ କରୁଛନ୍ତି । ଏହି ଅଭିଯୋଗ ପାଇବା ପରେ ପୋଲିସ ଯାଞ୍ଚ ଆରମ୍ଭ କରିଛି ।
ସୂଚନାଯୋଗ୍ୟ, କିରୋରି ଲାଲ ରାଜସ୍ଥାନ ବାସିନ୍ଦା । ସେ ଭାଜପାର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି । ନିକଟରେ ତାଙ୍କ ଘରକୁ ଏକ ଚିଠି ଆସିଥିଲା । ଯେଉଁଥିରେ ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଥିଲା । ସେଥିରେ ଉଲ୍ଲେଖ ଥିଲା କି କହ୍ନେୟା ଲାଲଙ୍କୁ ସହାୟତା କରୁଥିବା ଲୋକଙ୍କର ସମାନ ପରିଣତି ହେବ । ଏହାକୁ ନେଇ ଏବେ ମିଣା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଓ ଦିଲ୍ଲୀ ପୋଲିସରେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri