Posted inଜାତୀୟ

ହେଲିକପ୍ଟର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମନୋଜ ତିୱାରୀ

ପାଟନା,୨୯ ।୧୦: ବିହାର ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଚାଲିଥିବା ବେଳେ ଏକ ବଡ ଧରଣର ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି । ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ତଥା ଭୋଜପୁରୀ ଷ୍ଟାର ମନୋଜ ତିୱାରୀ ଏକ ହେଲିକପ୍ଟରରେ ଯିବା ସମୟରେ ସେଥିରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେଇଥିଲା । ଏହାପରେ ଏହି ହେଲିକପ୍ଟକୁ ପାଟନା ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇ ନିଶ୍ଚିତ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା । ସୂଚନାଯୋଗ୍ୟ, ଗୁରୁବାର ମନୋଜ ସକାଳ ପ୍ରାୟ ୧୦ଟା ୫୦ରେ ପାଟନା ବିମାନ ବନ୍ଦରରୁ ନିର୍ବାଚନ ପ୍ରଚାର ଲାଗି ଏକ ହେଲିକ୍ଟରରେ ବେତିଆ ବାହାରିଥିଲେ । ହେଲେ ହେଲିକପ୍ଟରଟି ବେତିଆ ପହଞ୍ଚିବା ପୂର୍ବରୁ ଏଥିରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେଇଥିଲା ଫଳରେ ଏହାର ରେଡିଓ ସମ୍ପର୍କ ଛିନ୍ନ ହୋଇଥିଲା । ଯାହା ଫଳରେ ଏହା ବେତିଆ ନ ପହଞ୍ଚି ପୁଣିଥରେ ପାଟନା ବିମାନ ବନ୍ଦରରେ ଜରୁରୀ ଅବତରଣ କରିଥିଲା । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ହେଲିକପ୍ଟରଟି ଫେରିଆସିଥିଲେ ମଧ୍ୟ ଏହାର ଏୟାର ଟ୍ରାଫିକ୍ କଣ୍ଟୋଲ୍ ସହ ଯୋଗାଯୋଗ ହୋଇ ନ ପାରିବାରୁ ଆକାଶରେ କିଛି ସମୟ ପାଇଁ ଉଡନ୍ତା ଅବସ୍ଥାରେ ରହିଥିଲା ମନୋଜଙ୍କ ହେଲିକପ୍ଟର ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri