କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍‌ପି ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍‌ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମ୍‌ଜେଏୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଅନ୍ତୁ ବୋଲି ରାଜ୍ୟର ଭାଜପା ଏମ୍‌ପିମାନେ ଅନୁରୋଧ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ, ଏମ୍‌ପି ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀ, ନୀତେଶ ଗଙ୍ଗଦେବ, ଅପରାଜିତା ଷଡ଼ଙ୍ଗୀ, ସଙ୍ଗୀତା ସିଙ୍ଗଦେଓ ପ୍ରମୁଖ ଉପସ୍ଥିତ ଥିଲେ।
ମାଣ୍ଡବ୍ୟଙ୍କୁ ସାକ୍ଷାତ ସମୟରେ ସେମାନେ ଏକ ଦାବିପତ୍ର ଦେବା ସହ କହିଛନ୍ତି, ୨୦୧୯-୨୦ ଆର୍ଥିକ ବର୍ଷରେ ସାମଗ୍ରିକ ସ୍ବାସ୍ଥ୍ୟାବସ୍ଥା ପ୍ରଦର୍ଶନ ତୁଳନାରେ ୧୯ଟି ପ୍ରମୁଖ ରାଜ୍ୟ ମଧ୍ୟରେ ଓଡ଼ିଶାର ସ୍ଥାନ ୧୪ ନମ୍ବରରେ ଥିଲା, ଯାହା ପଡ଼ୋଶୀ ଝାଡ଼ଖଣ୍ଡ ଓ ଛତିଶଗଡ଼ ରାଜ୍ୟଠାରୁ ମଧ୍ୟ କମ୍‌। ୨୦୧୪ ମସିହା ପରଠାରୁ ନବଜାତ ମୃତ୍ୟୁହାର, ଶିଶୁ, କିଶୋର, ମହିଳାଙ୍କ ମଧ୍ୟରେ ରକ୍ତହୀନତାରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ। ଓଡ଼ିଶାରେ ନୂଆ ମେଡିକାଲ ପାଇଁ ଉଯୁପକ୍ତ ସମ୍ବଳ ନ ଥିବାରୁ ଗ୍ରାମାଞ୍ଚଳରେ ପ୍ରାୟ ୪୦ ପ୍ରତିଶତ ଡାକ୍ତର ପଦବୀ ଖାଲିପଡ଼ିଛି। ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେବା ଯୋଗୁ ଅଧିକାଂଶ ପ୍ରବାସୀ ଓଡ଼ିଆ ଲୋକ ସ୍ବାସ୍ଥ୍ୟବୀମାର ଲାଭ ନେବାରୁ ବଞ୍ଚିତ ହେଉଛନ୍ତି। ଦେଶର ୨୦ଟି ରାଜ୍ୟରେ ଆୟୁଷ୍ମାନ ଯୋଜନା ସମେତ ରାଜ୍ୟର ନିଜସ୍ବ ଯୋଜନା ସମାନ୍ତରାଳ ଭାବେ କାର୍ଯ୍ୟକାରୀ ହେଉଛି। ଏହାଦ୍ୱାରା ୨୦୧୧ର ସାମାଜିକ, ଆର୍ଥିକ ଓ ଜାତିଭିତ୍ତିକ ଗଣନା(ଏସ୍‌ଇସିସି) ତାଲିକା ବାହାରେ ଥିବା ଲୋକମାନେ ମଧ୍ୟ ସ୍ବାସ୍ଥ୍ୟବୀମାର ଲାଭ ପାଇପାରିବେ। ରାଜ୍ୟ ନିଜ ପାଣ୍ଠିରୁ ଅଧିକ ଲୋକ ଯୋଡ଼ିପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଉତ୍ତମ ଚିକିସତ୍ା ସେବା ଯୋଗାଇଦେବାର ବ୍ୟବସ୍ଥା ରହିଛି। ଓଡ଼ିଶା ଭଳି ଅଳ୍ପ କେତେକ ରାଜ୍ୟ ସର୍ବଭାରତୀୟ ସ୍ବାସ୍ଥ୍ୟ ଯୋଜନାର ଲାଭରୁ ନାଗରିକଙ୍କୁ ବଞ୍ଚିତ କରୁଛନ୍ତି। ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ ନ ହେବା ଯୋଗୁ ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାର ସ୍ଥିତି ବିପର୍ଯ୍ୟସ୍ତ ଆଡ଼କୁ ଗତି କରୁଛି ବୋଲି ସେମାନେ କହିଛନ୍ତି।
ତେବେ ଏନେଇ ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ କହିଛନ୍ତି, ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟ ସରକାର ଯେଉଁ ସୁବିଧା ଯୋଗାଇ ଦେଉଛନ୍ତି ତାହା ଆୟୁଷ୍ମାନ ଯୋଜନାରେ ନାହିଁ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟ ସରକାର ପୁରୁଷଙ୍କୁ ୫ ଲକ୍ଷ ଏବଂ ମହିଳାଙ୍କ ଲାଗି ୧୦ ଲକ୍ଷ ଟଙ୍କାର ସୁବିଧା ଯୋଗାଇ ଦେଉଛନ୍ତି, ହେଲେ ଆୟୁଷ୍ମାନ ଭାରତରେ କେବଳ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କାର ମେଡିକାଲ ସୁବିଧା ମିଳୁଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ଧରି ଯାଇ ହିତାଧିକାରୀ ହସ୍ପିଟାଲରେ ପହଞ୍ଚିଗଲେ ତାଙ୍କୁ ସିଧାସଳଖ ଚିକିତ୍ସା ସୁବିଧା ମିଳୁଛି। ତେଣୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାର କିଛି ଆବଶ୍ୟକତା ନ ଥିବା ରାଜେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri