କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍‌ପି ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍‌ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମ୍‌ଜେଏୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଅନ୍ତୁ ବୋଲି ରାଜ୍ୟର ଭାଜପା ଏମ୍‌ପିମାନେ ଅନୁରୋଧ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ, ଏମ୍‌ପି ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀ, ନୀତେଶ ଗଙ୍ଗଦେବ, ଅପରାଜିତା ଷଡ଼ଙ୍ଗୀ, ସଙ୍ଗୀତା ସିଙ୍ଗଦେଓ ପ୍ରମୁଖ ଉପସ୍ଥିତ ଥିଲେ।
ମାଣ୍ଡବ୍ୟଙ୍କୁ ସାକ୍ଷାତ ସମୟରେ ସେମାନେ ଏକ ଦାବିପତ୍ର ଦେବା ସହ କହିଛନ୍ତି, ୨୦୧୯-୨୦ ଆର୍ଥିକ ବର୍ଷରେ ସାମଗ୍ରିକ ସ୍ବାସ୍ଥ୍ୟାବସ୍ଥା ପ୍ରଦର୍ଶନ ତୁଳନାରେ ୧୯ଟି ପ୍ରମୁଖ ରାଜ୍ୟ ମଧ୍ୟରେ ଓଡ଼ିଶାର ସ୍ଥାନ ୧୪ ନମ୍ବରରେ ଥିଲା, ଯାହା ପଡ଼ୋଶୀ ଝାଡ଼ଖଣ୍ଡ ଓ ଛତିଶଗଡ଼ ରାଜ୍ୟଠାରୁ ମଧ୍ୟ କମ୍‌। ୨୦୧୪ ମସିହା ପରଠାରୁ ନବଜାତ ମୃତ୍ୟୁହାର, ଶିଶୁ, କିଶୋର, ମହିଳାଙ୍କ ମଧ୍ୟରେ ରକ୍ତହୀନତାରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ। ଓଡ଼ିଶାରେ ନୂଆ ମେଡିକାଲ ପାଇଁ ଉଯୁପକ୍ତ ସମ୍ବଳ ନ ଥିବାରୁ ଗ୍ରାମାଞ୍ଚଳରେ ପ୍ରାୟ ୪୦ ପ୍ରତିଶତ ଡାକ୍ତର ପଦବୀ ଖାଲିପଡ଼ିଛି। ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେବା ଯୋଗୁ ଅଧିକାଂଶ ପ୍ରବାସୀ ଓଡ଼ିଆ ଲୋକ ସ୍ବାସ୍ଥ୍ୟବୀମାର ଲାଭ ନେବାରୁ ବଞ୍ଚିତ ହେଉଛନ୍ତି। ଦେଶର ୨୦ଟି ରାଜ୍ୟରେ ଆୟୁଷ୍ମାନ ଯୋଜନା ସମେତ ରାଜ୍ୟର ନିଜସ୍ବ ଯୋଜନା ସମାନ୍ତରାଳ ଭାବେ କାର୍ଯ୍ୟକାରୀ ହେଉଛି। ଏହାଦ୍ୱାରା ୨୦୧୧ର ସାମାଜିକ, ଆର୍ଥିକ ଓ ଜାତିଭିତ୍ତିକ ଗଣନା(ଏସ୍‌ଇସିସି) ତାଲିକା ବାହାରେ ଥିବା ଲୋକମାନେ ମଧ୍ୟ ସ୍ବାସ୍ଥ୍ୟବୀମାର ଲାଭ ପାଇପାରିବେ। ରାଜ୍ୟ ନିଜ ପାଣ୍ଠିରୁ ଅଧିକ ଲୋକ ଯୋଡ଼ିପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଉତ୍ତମ ଚିକିସତ୍ା ସେବା ଯୋଗାଇଦେବାର ବ୍ୟବସ୍ଥା ରହିଛି। ଓଡ଼ିଶା ଭଳି ଅଳ୍ପ କେତେକ ରାଜ୍ୟ ସର୍ବଭାରତୀୟ ସ୍ବାସ୍ଥ୍ୟ ଯୋଜନାର ଲାଭରୁ ନାଗରିକଙ୍କୁ ବଞ୍ଚିତ କରୁଛନ୍ତି। ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ ନ ହେବା ଯୋଗୁ ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାର ସ୍ଥିତି ବିପର୍ଯ୍ୟସ୍ତ ଆଡ଼କୁ ଗତି କରୁଛି ବୋଲି ସେମାନେ କହିଛନ୍ତି।
ତେବେ ଏନେଇ ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ କହିଛନ୍ତି, ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟ ସରକାର ଯେଉଁ ସୁବିଧା ଯୋଗାଇ ଦେଉଛନ୍ତି ତାହା ଆୟୁଷ୍ମାନ ଯୋଜନାରେ ନାହିଁ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟ ସରକାର ପୁରୁଷଙ୍କୁ ୫ ଲକ୍ଷ ଏବଂ ମହିଳାଙ୍କ ଲାଗି ୧୦ ଲକ୍ଷ ଟଙ୍କାର ସୁବିଧା ଯୋଗାଇ ଦେଉଛନ୍ତି, ହେଲେ ଆୟୁଷ୍ମାନ ଭାରତରେ କେବଳ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କାର ମେଡିକାଲ ସୁବିଧା ମିଳୁଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ଧରି ଯାଇ ହିତାଧିକାରୀ ହସ୍ପିଟାଲରେ ପହଞ୍ଚିଗଲେ ତାଙ୍କୁ ସିଧାସଳଖ ଚିକିତ୍ସା ସୁବିଧା ମିଳୁଛି। ତେଣୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାର କିଛି ଆବଶ୍ୟକତା ନ ଥିବା ରାଜେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି...

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri