Posted inଜାତୀୟ

ଚାଇନାଠାରୁ ଅର୍ଥ ନେଇ ମୋଦିଙ୍କ ବିରୋଧରେ ହେଉଛି କ୍ଷେତ୍ର ପ୍ରସ୍ତୁତ,ନ୍ୟୁଜ କ୍ଲିକ-କଂଗ୍ରେସ ବିରୋଧରେ ଅଭିଯୋଗ ଆଣିଲେ ନିଶିକାନ୍ତ

ନୂଆଦିଲ୍ଲୀ,୭।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନରେ ଲୋକ ସଭାରେ ମିଡିଆ ପୋର୍ଟାଲ ନ୍ୟୁଜ କ୍ଲିକର ପ୍ରସଙ୍ଗ ଉଠିଛି। ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ନିଶିକାନ୍ତ ଦୁବେ ଅଭିଯୋଗ କରିଛନ୍ତି କି ନ୍ୟୁଜ କ୍ଲିକକୁ ଚାଇନାରୁ ଫଣ୍ଡିଂ ମିଳୁଛି ଓ ଏହି ପୋର୍ଟାଲ ଦେଶ ବିରୋଧୀ।ସେ କହିଛନ୍ତି ଯେ ଏହି ୱେବସାଇଟ ଚାଇନାଠାରୁ ପାଣ୍ଠି ନେଇ ଦେଶରେ ସରକାରଙ୍କ ବିରୋଧରେ କ୍ଷେତ୍ର ପ୍ରସ୍ତୁତି କରୁଛି।

ଭାଜପା ଏମପି ମଧ୍ୟ ଏହି ପ୍ରସଙ୍ଗରେ କଂଗ୍ରେସ ଦଳକୁ ଟାର୍ଗେଟ କରି ଏହାର ନେତାମାନଙ୍କୁ ଚାଇନା ସହଯୋଗରେ ଦେଶ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପରିବେଶ ସୃଷ୍ଟି କରିଥିବା ଅଭିଯୋଗ କରିଛନ୍ତି। ଏହି ସମୟ ମଧ୍ୟରେ ଗୃହରେ ଉତ୍ତେଜନା ଦେଖାଦେଇଥିଲା ଏବଂ ଗୃହକାର୍ଯ୍ୟକୁ ସ୍ଥଗିତ ରଖିବାକୁ ପଡ଼ିଲା।
ଦୁବେ ଦାବି କରିଛନ୍ତି ଯେ ନ୍ୟୁୟର୍କ ଟାଇମ୍ସ ଖବରକାଗଜ ରିପୋର୍ଟରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ଚଢାଉରେ ପ୍ରକାଶ ପାଇଛି ଯେ ଭାରତ ବିରୋଧରେ ପରିବେଶ ସୃଷ୍ଟି କରିବା ପାଇଁ ନ୍ୟୁଜ କ୍ଲିକ କିପରି ଚାଇନାରୁ ଟଙ୍କା ଗ୍ରହଣ କରିଥିଲା ଏବଂ ସେହି ଟଙ୍କା କିପରି ନକ୍ସଲ ଏବଂ ଆତଙ୍କବାଦୀଙ୍କ ନିକଟକୁ ପଠାଯାଇଥିଲା। ଏଥି ସହ କଂଗ୍ରେସ ଏମପି ଅଧୀର ରଂଜନ ଚୌଧୁରୀ ଏହି ବୟାନକୁ ମୌସୁମୀ ଅଧିବେଶନରୁ ହଟାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri