Posted inଜାତୀୟ

ଭାଜପା ଏମପି ରାମଶଙ୍କର ସଦସ୍ୟ ପଦ ଯିବା ଆଶଙ୍କା, ୨ ବର୍ଷ କାରାଦଣ୍ଡରେ ଦଣ୍ଡିତ……

ନୂଆଦିଲ୍ଲୀ,୭।୮ : ଉତ୍ତରପ୍ରଦେଶର ଇଟାୱାର ଭାଜପା ଲୋକସଭା ଏମପି ରାମଶଙ୍କର କାଠେରିଆଙ୍କୁ ଆଗ୍ରା ସ୍ପେଶାଲ କୋର୍ଟ ଦ୍ୱାରା ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସେହି ଆଦେଶର ନକଲ ଏପର୍ଯ୍ୟନ୍ତ ଲୋକସଭା ସଚିବାଳୟ ଗ୍ରହଣ କରି ନାହିଁ। କୋର୍ଟଙ୍କ ଆଦେଶର ନକଲ ମଧ୍ୟାହ୍ନ ପରେ ଲୋକସଭା ସଚିବାଳୟରେ ଗ୍ରହଣ କରାଯିବ। କୋର୍ଟ ଆଦେଶର ନକଲ ପାଇବା ମାତ୍ରେ ରାମଶଙ୍କରଙ୍କ ସଦସ୍ୟତା ରଦ୍ଦ କରିବାକୁ ଲୋକସଭା ସଚିବାଳୟ ଏକ ବିଜ୍ଞପ୍ତି ଜାରି କରିପାରନ୍ତି।

୨୦୧୧ ମସିହାରେ ଏକ ପାୱାର କମ୍ପାନୀର ଜଣେ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରି କୋର୍ଟଙ୍କ ପକ୍ଷରୁ ଦଣ୍ଡାଦେଶ କରାଯାଇଛି। ସେତେବେଳେ ମାୟାବତୀଙ୍କ ନେତୃତ୍ୱରେ ରାଜ୍ୟରେ ବହୁଜନ ସମାଜ ପାର୍ଟି ସରକାର ଥିଲା।

ଲୋକ ପ୍ରତିନିଧୀ ଅଧିନିୟମ, ୧୯୫୧ ଅନୁଯାୟୀ ତୁରନ୍ତ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇପାରେ। ନିକଟରେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ମଧ୍ୟ ଦୁଇ ବର୍ଷ ଦଣ୍ଡିତ ହେବା ପରେ ରଦ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?