ଝାଡୁ ଧରି ବଡ଼ଦାଣ୍ଡ ସଫା କଲେ ଭାଜପା ଏମ୍‌ପି: କହିଲେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ…

ପୁରୀ,୬।୭: ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ରଥଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ବଡଦାଣ୍ଡରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀ ସାମିଲ ହୋଇଛନ୍ତି। ପୁରୀ ଏମ୍‌ପି ସମ୍ବିତ ପାତ୍ର ମଧ୍ୟ ଭାଜପାର ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି। ସଫେଇ କରିବା ପରେ ସମ୍ବିତ କହିଛନ୍ତି, ଯେଉଁଠି ସ୍ବଚ୍ଚତା ଅଛି, ସେଇଠି ଭଗବାନଙ୍କ ନିବାସ। ସ୍ବାଭାବିକ ଭାବରେ ମହାତ୍ମା ଗାନ୍ଧୀଙ୍କ ଏହି ସ୍ବଚ୍ଛତାର ମିଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ ବଢାଇଛନ୍ତି। କାଲି ରଥଯାତ୍ରା, ଆଜି ବି ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ। ଆଜି ଭଳି ପବିତ୍ର ଦିନରେ ମୁଖ୍ୟମନ୍ତ୍ରୀ ଏଭଳି ସ୍ବଚ୍ଛତା କାର୍ଯ୍ୟକ୍ରମ ଆଗକୁ ନେଇଛନ୍ତି, ଯାହା ସ୍ବାଗତ ଯୋଗ୍ୟ। ଆଗକୁ ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରି ପୁରୀକୁ ସ୍ବଚ୍ଛ ରଖିବା ଆମ ଦାୟିତ୍ୱ ବୋଲି ସେ କହିଛନ୍ତି।
ସେହିପରି ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ କରିଛନ୍ତି। ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି। ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା
ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷାଧିକ ଲୋକ ଆସିବେ। ଶ୍ରଦ୍ଧାଳୁ ନିଜେ ସଚେତନ ସହ ପ୍ରଶାସନ ସହ ମିଶି ସ୍ବଚ୍ଛତା ରଖିବେ ମୂଳ ଲକ୍ଷ୍ୟ। ରଥଯାତ୍ରାରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇ ମାଉସୀ ଘର ଆସିବେ। ରଥଯାତ୍ରା ପୂର୍ବରୁ ସଫେଇ କରିବା। ପବିତ୍ରତା ଆଣିବାକୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ବ୍ୟାପକ ସଚେତନ ପାଇଁ ଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri