Posted inଜାତୀୟ

ମଞ୍ଚ ଉପରେ ନେତାଜୀଙ୍କ ନାଁ ଭୁଲିଗଲେ ଭାଜପା ଏମ୍‌ପି

ଭୋପାଳ,୨୪ ।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଭାରତୀୟ ଜନତା ପାର୍ଟି(ଭାଜପା) ବହୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଦେଖାଯାଇଥିଲା । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏହି ଅବସରରେ ରୋଡ ଶୋ’ରେ ଯୋଗ ଦେଇଥିଲେ । ନେତାଜୀଙ୍କ ଜୟନ୍ତିକୁ ନେଇ ମଧ୍ୟପ୍ରଦେଶ ଇନ୍ଦୋରରେ ଭାଜପା ଏମ୍‌ପି ଶଙ୍କର ଲାଲୱାନି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପହଞ୍ଚିଥିଲେ । ସେଠାରେ ସେ ଜନତାଙ୍କୁ ସମ୍ବୋଧନ କରିବା ସମୟରେ ମଞ୍ଚ ଉପରେ ‘ନେତାଜୀ’ଙ୍କ ନାଁ ଭୁଲି ଯାଇଥିଲେ । ସେଠାରେ ସେ ନେତାଜୀଙ୍କ ନାମ ପରିବର୍ତ୍ତେ ଅମର ଶହୀଦ ଚନ୍ଦ୍ରଶେଖର ଆଜାଦଙ୍କ ନାଁ ନେଇଥିଲେ । ହେଲେ ସେ ଏହା ଜାଣି ପାରିବା ପରେ ତୁରନ୍ତ ଭ୍ରମ ସଂଶୋଧନ କରି ଦେଇଥିଲେ । କିନ୍ତୁ ଏହାକୁ ନେଇ କଂଗ୍ରେସ ଲାଲୱାନିଙ୍କୁ ଟାର୍ଗେଟ କରିଥିଲା । ଦଳର ଟୁଇଟର ଆକାଉଣ୍ଟରେ ଏମ୍‌ପି ଲାଲୱାନିଙ୍କର ଏକ ଭିଡିଓ ଅପଲୋଡ କରି ଲେଖିଛନ୍ତି କି ଏମ୍‌ପିଙ୍କୁ ନେତାଜୀଙ୍କ ନାମ ଜଣାନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri