Posted inଜାତୀୟ

ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ବରୁଣ ଗାନ୍ଧୀ

ନୂଆଦିଲ୍ଲୀ,୧୮।୨: ପ୍ରାୟ ସମୟରେ ନିଜ ଦଳ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଚର୍ଚ୍ଚାରେ ରହୁଥିବା ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଶୁକ୍ରବାର ବରୁଣ ବ୍ୟାଙ୍କ ଦୁର୍ନୀତି ଏବଂ ଆର୍ଥିକ ଅପରାଧିଙ୍କୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଋଣ ଜାଲିଆତି କରିଥିବା ବିଜୟ ମାଲ୍ୟା, ନୀରବ ମୋଦି ଓ ଋଷି ଅଗ୍ରୱାଲଙ୍କ ଭଳି ବ୍ୟବସାୟୀଙ୍କ ନାମ ନେଇ ସେ ସରକାରଙ୍କ ଉପରେ ବର୍ଷିଛନ୍ତି। ବରୁଣ କେନ୍ଦ୍ରକୁ କଟାକ୍ଷ କରି କହିଛନ୍ତି, ଗୋଟିଏ ଶକ୍ତିଶାଳୀ ସରକାର ଏଭଳି ବଡ଼ ବ୍ୟକ୍ତିଙ୍କ ବିରୋଧରେ କେବେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ସମସ୍ତେ ଆଶା କରିଛନ୍ତି। କେବଳ ସେତିକି ନୁହେଁ ସେ ଟୁଇଟ କରି ଲେଖିଛନ୍ତି, ବିଜୟ ମାଲ୍ୟା ୯ ହଜାର କୋଟି ଓ ନୀରବ ମୋଦି ପ୍ରାୟ ୧୪ ହଜାର କୋଟି ଟଙ୍କାର ଜାଲିଆତି କରି ବିଦେଶ ଫେରାର ହୋଇଯାଇଛନ୍ତି। ସେହିପରି ଋଷି ଅଗ୍ରୱାଲ ପ୍ରାୟ ୨୩ ହଜାର କୋଟିର ଋଣ ହେରଫେର କରିଛନ୍ତି। ଆଜି ଯେତେବେଳେ ଋଣ ବୋଝ ଚାପରେ ଦେଶରେ ଦୈନିକ ପ୍ରାୟ ୧୪ ଜଣ ଲୋକ ଆତ୍ମହତ୍ୟା କରୁଛନ୍ତି, ସେତେବେଳେ ମୋଟା ଅଙ୍କର ଟଙ୍କା ଋଣ ନେଇ କିଛି ଲୋକ ବିଳାସମୟ ଜୀବନଯାପନ କରୁଛନ୍ତି। ଏହି ମହାଭ୍ରଷ୍ଟ ବ୍ୟବସ୍ଥା ବିରୋଧରେ ଗୋଟିଏ ମଜବୁତ ସରକାର ମଜବୁତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଅପେକ୍ଷା କରାଯାଇଛି ବୋଲି ବରୁଣ କହିଛନ୍ତି। ସୂଚନା ମୁତାବକ ପୂର୍ବରୁ ବି କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା ଚାଷୀଙ୍କ ସମର୍ଥନରେ ବରୁଣ ଗାନ୍ଧି ବାହାରି ଚର୍ଚ୍ଚାରେ ରହିଥିଲେ। ଏଥିସହ ଚାଷୀଙ୍କ ଉପରେ ଗାଡ଼ ମଡ଼ାଇବା ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ସ୍ବର ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri