Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ସମାପ୍ତ କରିବାକୁ ଭାଜପା ଏମ୍‌ପିଙ୍କ ଦାବି

ନୂଆଦିଲ୍ଲୀ,୧୭।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଣ୍ଡନରେ ଭାରତର ଗଣତନ୍ତ୍ର ଉପରେ ଦେଇଥିବା ବିବୃତ୍ତିକୁ ନେଇ ଜୋରଦାର ବିରୋଧ କରାଯାଉଛି। ଏପରିକି ସଂସଦରେ ରାହୁଲ ଗାନ୍ଧୀ କ୍ଷମା ମାଗିବାକୁ ଭାଜପା ଜିଦ୍‌ ଧରିଛି। ଏହି ସମୟରେ ଭାଜପା ସ୍ପଷ୍ଟ କରିଛି ଯେ ଯଦି ରାହୁଲ ଗାନ୍ଧୀ କ୍ଷମା ମାଗନ୍ତି ନାହିଁ ତେବେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ଏଥିସହ ସଂସଦ, ଭାରତର ଗଣତନ୍ତ୍ର ଏବଂ ଅନୁଷ୍ଠାନକୁ ଅପମାନିତ କରିଥିବା ବିବୃତ୍ତି ପାଇଁ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ସ୍ବତନ୍ତ୍ର କମିଟି ଗଠନ କରିବାକୁ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦାବି କରିଛନ୍ତି। ରାହୁଲଙ୍କ ଲୋକ ସଭା ସଦସ୍ୟତା ସମାପ୍ତ କରିବାକୁ ଏକ ସ୍ବତନ୍ତ୍ର କମିଟି ଗଠନ କରାଯିବା ଉଚିତ୍‌ ବୋଲି ନିଶିକାନ୍ତ ଦୁବେ କହିଛନ୍ତି।

ସେ ଆହୁରି କହିଛନ୍ତି, ୨୦୦୫ରେ ପ୍ରଶ୍ନ ବଦଳରେ ଟଙ୍କା ନେବା ପ୍ରସଙ୍ଗରେ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିଲା। ସଂସଦର ସମ୍ମାନକୁ ଆଘାତ ପହଞ୍ଚାଇବାରୁ ସ୍ବତନ୍ତ୍ର କମିଟି ୧୧ଜଣ ସଦସ୍ୟଙ୍କ ସଦସ୍ୟତା ସମାପ୍ତ କରିଦେଇଥିଲେ, ଯାହାକୁ ସୁପ୍ରିମକୋର୍ଟ ମଧ୍ୟ ସମର୍ଥନ କରିଥିଲେ। ତେବେ ରାହୁଲ ଗାନ୍ଧୀ କ୍ରମାଗତ ଭାବେ ଦେଶକୁ ଅସମ୍ମାନ କରିଛନ୍ତି। ସେଥିପାଇଁ ତାଙ୍କୁ ସଂସଦରୁ ହଟାଇବାର ସମୟ ଆସିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?