Posted inଜାତୀୟ

ଜୁଲାଇ ୧୬ରେ ଭାଜପା ଏମ୍‌ପିଙ୍କ ରାତ୍ରିଭୋଜନ…

ନୂଆଦିଲ୍ଲୀ, ୧୩।୭ : ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଭାଜପା ବର୍ତ୍ତମାନ ଶେଷ ରାଉଣ୍ଡ ପ୍ରସ୍ତୁତି ଉପରେ ଧ୍ୟାନ ଦେଉଛି। ଏଥିପାଇଁ ସମସ୍ତ ଭାଜପା ଏମ୍‌ପିଙ୍କୁ ଜୁଲାଇ ୧୬ରେ ରାତ୍ରିଭୋଜନ ପାଇଁ ନିମନ୍ତ୍ରଣ କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାନ୍ତ୍ରୀ ରାଜନାଥ ସିଂ ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନେପି ନଡ୍ଡା ପ୍ରମୁଖ ଉପସ୍ଥିତ ରହିବେ।

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ସମସ୍ତଏମ୍‌ପିଙ୍କୁ ଶନିବାର ଅପରାହ୍ନ ୫ଟା ସୁଦ୍ଧା ଦିଲ୍ଲୀରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂସଦ ଗୃହର ଜିଏମସି ବାଲାୟୋଗୀ ଅଡିଟୋରିୟମରେ ୧୬ ଜୁଲାଇ ସନ୍ଧ୍ୟା ସାଢ଼େ ୬ରେ ଏକ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରାଷ୍ଟ୍ରପତି ନିର୍ବାଚନରେ ମତଦାନ ସମ୍ପର୍କରେ ସୂଚନା ଦିଆଯିବ। ଭୋଟରେ କିପରି ଦିଆଯିବ, ବାଲାଟ ପେପରରେ ଦ୍ରୌପଦୀ ମୁର୍ମୁଙ୍କ ନାମ ଆଗରେ କିପରି ପ୍ରଥମ ପ୍ରାଥମିକତା ଦିଆଯିବ ତାହା ବୈଠକରେ ତାଲିମ ପ୍ରଦାନ କରାଯିବ। ଏହାପରେ ଜୁଲାଇ ୧୭ ରବିବାର ଅପରାହ୍ନ ୩ଟାରେ ସେହି ସ୍ଥାନରେ ଏନଡିଏର ବୈଠକ ଡକାଯାଇଛି।

ଏଥିରେ ଏନଡିଏର ସମସ୍ତ ଏମ୍‌ପି ଓ ମନ୍ତ୍ରୀଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି। ଏହା ପଛରେ ରଣନୀତି ହେଉଛି ସମସ୍ତ ଭାଜପା ଏବଂ ସହଯୋଗୀ ଦଳର ଏମ୍‌ପି ଶତପ୍ରତିଶତ ଭୋଟ ହେବା ଆବଶ୍ୟକ। ରାଷ୍ଟ୍ରପତି ନିର୍ବାଚନ ଜୁଲାଇ ୧୮ ରେ ରହିଛି। ଏହା ସହିତ ସେହିଦିନଠାରୁ ସଂସଦର ମୌସୁମୀ ଅଧିବେଶନ ମଧ୍ୟ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri