Posted inଜାତୀୟ

ସୋନିଆଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌

ନୂଆଦିଲ୍ଲୀ,୩।୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ୩୧ ତାରିଖରେ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଅଭିଭାଷଣ ରଖିବା ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ତାଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି। ରାଷ୍ଟ୍ରପତିଙ୍କ ପ୍ରତି ସୋନିଆଙ୍କ ଅପମାନଜନକ ମନ୍ତବ୍ୟକୁ ବିରୋଧ କରି ଭାଜପାର କେତେଜଣ ଏମ୍‌ପି ସୋମବାର ତାଙ୍କ ବିରୋଧରେ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କରଙ୍କୁ ସ୍ବାଧିକାର ଭଙ୍ଗ ନୋଟିସ୍‌ ଦେଇଛନ୍ତି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଫଗନ ସିଂ କୁଲସ୍ତେଙ୍କ ନେତୃତ୍ୱରେ ଆଦିବାସୀ ସମ୍ପ୍ରଦାୟର ଭାଜପା ଏମ୍‌ପିମାନେ ଉଭୟ ସୋନିଆ ଏବଂ ବିହାର ଏମ୍‌ପି ପପ୍ପୁ ଯାଦବଙ୍କ ମନ୍ତବ୍ୟ ପାଇଁ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟ ସଭା ଅଧ୍ୟକ୍ଷ ଏବଂ ଲୋକ ସଭା ବାଚସ୍ପତିଙ୍କୁ ନିବେଦନ କରିଛନ୍ତି। ସୋନିଆ ଓ ପପ୍ପୁଙ୍କ ମନ୍ତବ୍ୟ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ମର୍ଯ୍ୟାଦା ହାନି କରିଥିବା ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri