ନୂଆପଡା ଉପନିର୍ବାଚନ ପାଇଁ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ଭାଜପା, ବିଧିବଦ୍ଧ ଭାବେ ନାଁ ଘୋଷଣା

ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି।

ସେପଟେ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍‌ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି।

ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶନିବାର ଭାଜପାରେ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଥିଲେ।

ଭାଜପାରେ ସାମିଲ ହେବାପରେ ଜୟ ଢୋଲକିଆ କହିଥିଲେ ଯେ, ଦଳ ଯାହା ଦାୟିତ୍ୱ ଦେବ ତାହାକୁ ପାଳନ କରିବି। ରାଜ୍ୟରେ ଚାଲିଥିବା ବିକାଶ ଧାରାରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି। ବାପାଙ୍କ ଅଧୂରା ସ୍ବପ୍ନ ପୂରଣ ଓ ସମାଜ ସେବା କ୍ଷେତ୍ରରେ କାର୍ଯ୍ୟ କରିବି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri