Posted inଜାତୀୟ

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଜାରି: ବିଧାନସଭା ନିର୍ବାଚନକୁ ନେଇ ହେଉଛି ଆଲୋଚନା

ନୂଆଦିଲ୍ଲୀ,୭ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଛି । ରବିବାର ସକାଳେ ଏହା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୩ଟାରେ ଶେଷ ହେବ ବୋଲି ଜଣାପଡିଛି । ଏହି ବୌଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶର ସଦସ୍ୟଙ୍କୁ ଦଳକୁ କିପରି ଆହୁରି ମଜଭୁତ କରିହେବ ତାକୁ ନେଇ ମନ୍ତ୍ର ଦେବେ । ସୂଚନା ଅନୁଯାୟୀ, ନିକଟରେ କିଛି ରାଜ୍ୟରେ ହୋଇଥିବା ଉପ ନିର୍ବାଚନରେ ଦଳକୁ ଲାଗିଥିବା ଆଘାତକୁ ଦେଖି ୫ ରାଜ୍ୟର ଆଗାମୀ ଉପନିର୍ବାଚନକୁ ନେଇ ନୂତନ ରଣନୀତି ପ୍ରସ୍ତୁତ କରାଯାଉଛି । ଏହି ବୈଠକ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଭାଷଣରୁ ଆରମ୍ଭ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣରେ ଶେଷ ହେବ ବୋଲି କୁହାଯାଉଛି । ରବିବାର ଅନୁଷ୍ଠିତ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗତ ୭ ବର୍ଷରେ କେନ୍ଦ୍ର ସରକାରଙ୍କ ଉପଲବ୍ଧିକୁ ନେଇ ଆଲୋଚନା ଜାରି ରହିଛି । ଏହି ଉପଲବ୍ଧିକୁ ନେଇ ବୈଠକ ସ୍ଥଳରେ ଏକ ପ୍ରଦର୍ଶନୀ ଲଗାଯାଇଛି । କୋଭିଡ-ପ୍ରବନ୍ଧନ, ରେକର୍ଡ ପରିମାଣର ଟିକାକରଣ ଓ ବିଶ୍ୱ ମଞ୍ଚରେ ଭାରତର ପ୍ରତିନିଧିତ୍ୱକୁ ନେଇ ସମ୍ମାନୀତ କରିବାର ଯୋଜନା କରାଯାଉଛି । ସକାଳ ୧୦ଟାରେ ଆରମ୍ଭ ହୋଇଥିବା ଏହି ବୈଠକ ଅପରାହ୍ନ ୩ଟାରେ ମୋଦିଙ୍କ ଭାଷଣରେ ଶେଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri