ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରା ପଡ଼ିଆରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଉ କିଛି ସମୟ ପରେ କାର୍ଯ୍ୟକ୍ରମ ଆରମ୍ଭ ହେବ।

ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ । ବିମାନ ବନ୍ଦରରୁ ସେ ଅତିଥି ଭବନ ଯାଇଛନ୍ତି । ସେଠାରୁ ସେ କଟକ ଯିବାର କାର୍ଯ୍ୟକ୍ରମ ରହିଛି।

ଶନିବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ପୁରୀରେ ଦଳୀୟ କର୍ମଶାଳାରେ ଯୋଗଦେବେ। ସେଠାରେ ସେ ଦଳୀୟ ଏମ୍‌ପି, ବିଧାୟକ ଏବଂ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ।

କଟକରେ ଆୟୋଜିତ ଆୟୁଷ୍ମାନ ଭାରତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବେଷ୍ଣବ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ବହୁ ମନ୍ତ୍ରୀ, ବିଧାୟକ ସାମିଲ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri