Posted inଜାତୀୟ

ବିହାର ବିଧାନସଭା ନିର୍ବାଚନ: ନୀତୀଶଙ୍କୁ ଭେଟିଲେ ନଡ୍ଡା

ପାଟନା, ୧୨ ।୯: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳ ଏହାକୁ ନେଇ ରାଜନୀତି ବି ହେଲାଣି ସରଗରମ । ଶନିବାର ଏନ୍‌ଡିଏ ସିଟ୍ ଶେୟାରିଂକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ଶୀର୍ଷ ନେତାଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ମଧ୍ୟରେ ଆସନ ବୁଝାମଣାକୁ ନେଇ ଆଲୋଚନା ହୋଇଛି । ନଡ୍ଡାଙ୍କ ସହ ବିହାର ପ୍ରଭାରୀ ଭୁପେନ୍ଦ୍ର ଯାଦବ, ଭାଜପାର ପ୍ରଦେଶ ନିର୍ବାଚନ ପ୍ରଭାରୀ ଦେବେନ୍ଦ୍ର ଫଡନବିଶ, ଉପ ମୁଖ୍ୟମନ୍ତୀ ସୁଶୀଲ ମୋଦି, ଭାଜପା ପ୍ରଦେଶ ଅଧ୍ୟକ୍ଷ ଡା. ସଞ୍ଜୟ ଜୟଶୱାଲ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସମୟରେ ଜେଡିୟୁର ବରିଷ୍ଠ ନେତା ତଥା ଏମ୍‌ପି ଲଲନ ସିଂ ମଧ୍ୟ ଉପସ୍ଥିତ ରହିଥିଲେ । ନୀତୀଶ କୁୂମାର ଓ ଜେପି ନଡ୍ଡା ସିଟ୍ ଶେୟାରିଂ ବ୍ୟତୀତ ପ୍ରଚାର ଓ ଏନ୍‌ଡିଏର ଆଗାମୀ ରଣନୀତି ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri