Posted inଜାତୀୟ

‘ଭାଜପାକୁ ରାଜନୈତିକ ଅମ୍ଳଜାନ ଆବଶ୍ୟକ’

କୋଲକାତା, ୫।୫: ପଶ୍ଚିମବଙ୍ଗ ଜନସାଧାରଣ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାଜପାକୁ ଏବେ ରାଜନୈତିକ ଅମ୍ଳଜାନ ଆବଶ୍ୟକ ବୋଲି ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଭାଜପା ହାରିପାରେ ନିର୍ବାଚନ ଫଳାଫଳ ତାହା ପ୍ରମାଣିତ କରିଛି। ଶେଷରେ ଗଣତନ୍ତ୍ରର ବିଜୟ ହୋଇଛି। ରାଜ୍ୟବାସୀ ଭାଜପାକୁ ବାଟ ଦେଖାଇ ଦେଇଛନ୍ତି। ଗଣତନ୍ତ୍ରରେ ତୁମେ ଅହଂକାର ଦେଖାଇବା ଉଚିତ ନୁହେଁ ବୋଲି ଟିଏମ୍‌ସି ନେତ୍ରୀ କହିଛନ୍ତି।
ଭାଜପା ସାମ୍ପ୍ରଦାୟିକ ଦଳ, ସେମାନେ ଅନ୍ୟମାନଙ୍କୁ ଅସୁବିଧାରେ ପକାଇଥାନ୍ତି। ସେମାନେ ଜାଲ୍‌ ଭିଡିଓ ବ୍ୟବହାର କରିବା ସହ କ୍ଷମତାର ଅପବ୍ୟବହାର କରିଥାନ୍ତି। ସେମାନେ କେନ୍ଦ୍ରୀୟ ସଂସ୍ଥାକୁ ନିଜ ଫାଇଦା ପାଇଁ ବ୍ୟବହାର କରିଥାନ୍ତି। ଉକ୍ତ ଦଳ ଭ୍ରାତୃଭାବ ଏବଂ ଦେଶର ସଂଘୀୟ ବ୍ୟବସ୍ଥାକୁ ଧ୍ୱଂସ କରିଦେବାକୁ ଚାହାନ୍ତି। ଏଭଳି ଏଜେନ୍ସି ରାଜନୀତିର ଅନ୍ତ ହେଲେ ନରେନ୍ଦ୍ର ମୋଦି-ଅମିତ୍‌ ଶାହାଙ୍କ ରାଜନୀତି ଯୁଗ ଶେଷ ହେବ। ଏପରିକି ଭାଜପାର ବରିଷ୍ଠ ସଦସ୍ୟମାନେ ମୋଦି-ଶାହାଙ୍କ ରାଜନୈତିକ ଢାଞ୍ଚାକୁ ପ୍ରତ୍ୟାଖ୍ୟାନ କରିଥିବା ପଶ୍ଚିିମବଙ୍ଗ ମୁଖ୍ୟମନ୍ତ୍ରୀ କହିଛନ୍ତି।
ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଜାରି ହେଉ

ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସାକୁ ନେଇ ସେଠାରେ ରାଷ୍ଟ୍ରପତି ଶାସନ ଜାରି ପାଇଁ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ସ୍ବେଚ୍ଛାସେବୀ ସଂଗଠନ (ଏନ୍‌ଜିଓ) ଆବେଦନ କରିଛି। ପଶ୍ଚିମବଙ୍ଗରେ ବ୍ୟାପକ ହିଂସାକୁ ଦୃଷ୍ଟିରେ ରଖି ସମ୍ବିଧାନର ଅନୁଚ୍ଛେଦ ୩୫୬ ଅନୁସାରେ ରାଷ୍ଟ୍ରପତି ଶାସନ ଜାରି କରାଯାଉ। ଏହା ସହ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ କରାଯାଉ ବୋଲି ଇଣ୍ଡିକ୍‌ କଲେକ୍ଟିଭ୍‌ ଟ୍ରଷ୍ଟ ଅନୁରୋଧ କରିଛି। ଉକ୍ତ ଟ୍ରଷ୍ଟରେ ବୁଦ୍ଧିଜୀବୀ, ସାମାଜିକ କର୍ମୀ, ନାଗରିକ ସ୍ବାଧୀନତା ପାଇଁ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ରହିଛନ୍ତି। ମେ’୨ରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଘୋଷଣା ପରେ ହିଂସାକାଣ୍ଡ ଆରମ୍ଭ ହୋଇଛି। ବିରୋଧୀ ଦଳର କର୍ମୀ ଓ ସମର୍ଥକମାନଙ୍କୁ ନୃଶଂସ ଭାବେ ହତ୍ୟା କରାଯିବା ସହ ସେମାନଙ୍କ ଘର ଓ ସମ୍ପତ୍ତିକୁ ନଷ୍ଟ କରିଦିଆଯାଉଛି। ରାଜ୍ୟ ସରକାର ଜାଣିଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଦୁର୍ବୃତ୍ତମାନେ ରାଜ୍ୟକୁ ସମ୍ପୂର୍ଣ୍ଣ ଆଇନଶୂନ୍ୟ ଜୋନ୍‌ରେ ପରିଣତ କରିଦେଇଥିବା ଟ୍ରଷ୍ଟ ଅଭିଯୋଗ କରିଛି।

ହିଂସାକୁ ନେଇ ଉଦ୍‌ବେଗ ଜଣାଇଲେ ମୋଦି

ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସାରେ ୧୨ ଜଣଙ୍କ ଜୀବନ ଗଲାଣି। ମାସବ୍ୟାପୀ ନିର୍ବାଚନ ବେଳେ ମଧ୍ୟ ହିଂସାକାଣ୍ଡରେ କେତେଜଣଙ୍କର ମୃତ୍ୟୁ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍‌ ଧନଖରଙ୍କୁ ଫୋନ୍‌ କରି ରାଜନୈତିକ ହିଂସା ଓ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ହିଂସାକାଣ୍ଡକୁ ନେଇ ରିପୋର୍ଟ ମାଗିଛି। ରାଜ୍ୟର ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିବା ସହ ଚିନ୍ତାବ୍ୟକ୍ତ କରିଥିବା ରାଜ୍ୟପାଳ ଟୁଇଟ୍‌ କରିଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ପଶ୍ଚିମବଙ୍ଗର ବିଭିନ୍ନ ସ୍ଥାନରେ ଦଙ୍ଗା, ପୋଡ଼ାଜଳା, ହତ୍ୟା, ଲୁଟ୍‌ପାଟ ଜାରି ରହିଛି। ହିଂସାକାଣ୍ଡର ସିବିଆଇ ତଦନ୍ତ ପାଇଁ ଜଣେ ଭାଜପା ନେତା ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଭାଜପା କର୍ମୀଙ୍କୁ ଆକ୍ରମଣ ଓ ହତ୍ୟା କରାଯିବା ସହ ମହିଳାମାନେ ବଳାତ୍କାରର ଶିକାର ହେଉଥିବା ସେ ପିଟିଶନରେ ଉଲ୍ଲେଖ କରିଛନ୍ତି। ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲୋକମାନଙ୍କୁ ଶାନ୍ତ ହେବାକୁ ଅନୁରୋଧ କରିବା ସହ ହିଂସା ପାଇଁ ଭାଜପାକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri