ଭାଜପା ଆପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିଥାଏ: ବିଜେଡି

ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ଭାଜପା ରାଜନୀତିରେ ଆପରାଧିକ ପୃଷ୍ଠଭୂମି ଥିବା ଲୋକଙ୍କୁ ଉତ୍ସାହିତ କରୁଥିବା ବେଳେ ରାଜ୍ୟରେ ଅରାଜକତା ସୃଷ୍ଟି କରିବାକୁ ଚେଷ୍ଟା କରୁଛି ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି।
ଶୁକ୍ରବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ ଝାରସୁଗୁଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନାମରେ ହତ୍ୟା ଉଦ୍ୟମ ସମେତ ୧୨ଟି ମାମଲା ରହିଛି। ଓଡ଼ିଶା ଭାଜପା ସବୁବେଳେ ଆପରାଧିକ ପୃଷ୍ଠଭୂମି ଥିବା ପ୍ରାର୍ଥୀଙ୍କୁ ହିଁ ସ୍ଥାନ ଦେଇଥାଏ। ପଦ୍ମପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ବିରୋଧରେ ୧୩ଟି ଆପରାଧିକ ମାମଲା ବିଚାରାଧୀନ ରହିଛି। ଈରାଶିଷ ଆଚାର୍ଯ୍ୟଙ୍କ ବିରୋଧରେ ୧୪ଟି ମାମଲା ବିଚାରାଧୀନ ଅଛି। ସେହିପରି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିରୋଧରେ ହତ୍ୟା ମାମଲା ସମେତ ୧୬ଟି ଆପରାଧିକ ମାମଲା ରହିଛି। କିଏ ବେଆଇନ କାର୍ଯ୍ୟ କରୁଛି ଏବଂ ଅପରାଧୀଙ୍କୁ କିଏ ସମର୍ଥନ କରୁଛି ତାହା ଓଡ଼ିଶାର ଲୋକମାନେ ଦେଖୁଛନ୍ତି। ସେମାନେ ଏହାର ଉପଯୁକ୍ତ ଉତ୍ତର ଦେଉଛନ୍ତି ବୋଲି ଲେନିନ କହିଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନରେ ଭାଜପା ନିଜର ଆସନ୍ନ ପରାଜୟକୁ ଦେଖି ବିଜେଡି ନେତା ତଥା କର୍ମୀଙ୍କ ଉପରେ ନିର୍ବାଚନ ହିଂସା ଆରମ୍ଭ କରିଦେଇଛି। ପଦ୍ମପୁର ଏବଂ ବିଜେପୁର ଉପନିର୍ବାଚନରେ ଏବଂ ବର୍ତ୍ତମାନ ଝାରସୁଗୁଡ଼ା ଉପନିର୍ବାଚନରେ ପରାଜୟକୁ ଭୟ କରି ସେମାନେ ପୁଣି ଏଭଳି କାଣ୍ଡ ଆରମ୍ଭ କରିଛନ୍ତି।
ମେ’ ୨ ତାରିଖରେ ଭାଜପା କର୍ମୀ ଓ ବହୁ ସମର୍ଥକ ବିଜେଡି କର୍ମୀ ଗୋବିନ୍ଦ ଝରାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ କ୍ଷେତ୍ରର ଗୌରପଡ଼ା, ଧୁବେନବୁଡ଼ା, କୁଲିହାମଲ, କୋଲାବିରା ବ୍ଲକରେ ବିଜେଡି କର୍ମୀଙ୍କ ଉପରେ ସେମାନେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ବିଜେଡି କର୍ମୀ ଗୋବିନ୍ଦ ଝରା ଗୁରୁତର ଆହତ ହୋଇଛନ୍ତି। ମେ’ ୩ ତାରିଖରେ ଭାଜପା ବିଧାୟିକା କୁସୁମ ଟେଟେ ଓ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ତାଙ୍କର ଦଳବଳ ସହିତ ଲଇକେରା ବ୍ଲକର ନିକିଟିମାଳଠାରେ ବିଜେଡି କର୍ମୀଙ୍କ ଉପରେ ଆକ୍ରମଣ କରିଥିଲେ। ଓଡ଼ିଶା ଭାଜପା ନେତାଙ୍କ ଆପରାଧିକ ମାମଲା ତଥା ଝାରସୁଗୁଡ଼ା ଉପନିର୍ବାଚନରେ ନିର୍ବାଚନୀ ହିଂସା ଦର୍ଶାଉଛି ଯେ ଆପରାଧିକ ରେକର୍ଡ ଥିବା ଲୋକଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଓଡ଼ିଶା ଭାଜପା କିପରି ଉତ୍ସାହିତ କରୁଛି। ଯେତେବେଳେ ନିର୍ବାଚନରେ ନିଶ୍ଚିତ ପରାଜୟ ଦେଖୁଛି ଭାଜପା ଏଭଳି ହିଂସାକାଣ୍ଡ ଭିଆଉଛି। ଏଥିପାଇଁ ରାଜ୍ୟର ଲୋକମାନେ ଓଡ଼ିଶା ଭାଜପାକୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି ଏବଂ ଝାରସୁଗୁଡ଼ା ଉପନିର୍ବାଚନରେ ମଧ୍ୟ ଅନୁରୂପ ଭାବେ ପ୍ରତ୍ୟାଖ୍ୟାନ କରିବେ ବୋଲି ଲେଲିନ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ଲୋରା ମହାପାତ୍ର ଏବଂ ମଧୁସ୍ମିତା ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri