ଭାଜପା ଆପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିଥାଏ: ବିଜେଡି

ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ଭାଜପା ରାଜନୀତିରେ ଆପରାଧିକ ପୃଷ୍ଠଭୂମି ଥିବା ଲୋକଙ୍କୁ ଉତ୍ସାହିତ କରୁଥିବା ବେଳେ ରାଜ୍ୟରେ ଅରାଜକତା ସୃଷ୍ଟି କରିବାକୁ ଚେଷ୍ଟା କରୁଛି ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି।
ଶୁକ୍ରବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ ଝାରସୁଗୁଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନାମରେ ହତ୍ୟା ଉଦ୍ୟମ ସମେତ ୧୨ଟି ମାମଲା ରହିଛି। ଓଡ଼ିଶା ଭାଜପା ସବୁବେଳେ ଆପରାଧିକ ପୃଷ୍ଠଭୂମି ଥିବା ପ୍ରାର୍ଥୀଙ୍କୁ ହିଁ ସ୍ଥାନ ଦେଇଥାଏ। ପଦ୍ମପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ବିରୋଧରେ ୧୩ଟି ଆପରାଧିକ ମାମଲା ବିଚାରାଧୀନ ରହିଛି। ଈରାଶିଷ ଆଚାର୍ଯ୍ୟଙ୍କ ବିରୋଧରେ ୧୪ଟି ମାମଲା ବିଚାରାଧୀନ ଅଛି। ସେହିପରି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିରୋଧରେ ହତ୍ୟା ମାମଲା ସମେତ ୧୬ଟି ଆପରାଧିକ ମାମଲା ରହିଛି। କିଏ ବେଆଇନ କାର୍ଯ୍ୟ କରୁଛି ଏବଂ ଅପରାଧୀଙ୍କୁ କିଏ ସମର୍ଥନ କରୁଛି ତାହା ଓଡ଼ିଶାର ଲୋକମାନେ ଦେଖୁଛନ୍ତି। ସେମାନେ ଏହାର ଉପଯୁକ୍ତ ଉତ୍ତର ଦେଉଛନ୍ତି ବୋଲି ଲେନିନ କହିଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନରେ ଭାଜପା ନିଜର ଆସନ୍ନ ପରାଜୟକୁ ଦେଖି ବିଜେଡି ନେତା ତଥା କର୍ମୀଙ୍କ ଉପରେ ନିର୍ବାଚନ ହିଂସା ଆରମ୍ଭ କରିଦେଇଛି। ପଦ୍ମପୁର ଏବଂ ବିଜେପୁର ଉପନିର୍ବାଚନରେ ଏବଂ ବର୍ତ୍ତମାନ ଝାରସୁଗୁଡ଼ା ଉପନିର୍ବାଚନରେ ପରାଜୟକୁ ଭୟ କରି ସେମାନେ ପୁଣି ଏଭଳି କାଣ୍ଡ ଆରମ୍ଭ କରିଛନ୍ତି।
ମେ’ ୨ ତାରିଖରେ ଭାଜପା କର୍ମୀ ଓ ବହୁ ସମର୍ଥକ ବିଜେଡି କର୍ମୀ ଗୋବିନ୍ଦ ଝରାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ କ୍ଷେତ୍ରର ଗୌରପଡ଼ା, ଧୁବେନବୁଡ଼ା, କୁଲିହାମଲ, କୋଲାବିରା ବ୍ଲକରେ ବିଜେଡି କର୍ମୀଙ୍କ ଉପରେ ସେମାନେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ବିଜେଡି କର୍ମୀ ଗୋବିନ୍ଦ ଝରା ଗୁରୁତର ଆହତ ହୋଇଛନ୍ତି। ମେ’ ୩ ତାରିଖରେ ଭାଜପା ବିଧାୟିକା କୁସୁମ ଟେଟେ ଓ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ତାଙ୍କର ଦଳବଳ ସହିତ ଲଇକେରା ବ୍ଲକର ନିକିଟିମାଳଠାରେ ବିଜେଡି କର୍ମୀଙ୍କ ଉପରେ ଆକ୍ରମଣ କରିଥିଲେ। ଓଡ଼ିଶା ଭାଜପା ନେତାଙ୍କ ଆପରାଧିକ ମାମଲା ତଥା ଝାରସୁଗୁଡ଼ା ଉପନିର୍ବାଚନରେ ନିର୍ବାଚନୀ ହିଂସା ଦର୍ଶାଉଛି ଯେ ଆପରାଧିକ ରେକର୍ଡ ଥିବା ଲୋକଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଓଡ଼ିଶା ଭାଜପା କିପରି ଉତ୍ସାହିତ କରୁଛି। ଯେତେବେଳେ ନିର୍ବାଚନରେ ନିଶ୍ଚିତ ପରାଜୟ ଦେଖୁଛି ଭାଜପା ଏଭଳି ହିଂସାକାଣ୍ଡ ଭିଆଉଛି। ଏଥିପାଇଁ ରାଜ୍ୟର ଲୋକମାନେ ଓଡ଼ିଶା ଭାଜପାକୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି ଏବଂ ଝାରସୁଗୁଡ଼ା ଉପନିର୍ବାଚନରେ ମଧ୍ୟ ଅନୁରୂପ ଭାବେ ପ୍ରତ୍ୟାଖ୍ୟାନ କରିବେ ବୋଲି ଲେଲିନ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ଲୋରା ମହାପାତ୍ର ଏବଂ ମଧୁସ୍ମିତା ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri