Posted inଜାତୀୟ

୪ ରାଜ୍ୟ ଲାଗି ଭାଜପା ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆଦିଲ୍ଲୀ,୧୪।୩: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ଭାଜପା ସରକାର ଗଢ଼ିବାକୁ ଯାଉଥିବାବେଳେ ନବନିର୍ବାଚିତ ବିଧାୟକ ଦଳ ନେତା ବାଛିବା ଲାଗି ସୋମବାର ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ଗୈରିକ ଦଳର ସଂସଦୀୟ ବୋର୍ଡ ପକ୍ଷରୁ ଏ ସମ୍ପର୍କିତ ତାଲିକା ପ୍ରକାଶ ପାଇଛି। ଉତ୍ତରପ୍ରଦେଶ ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଥିବାବେଳେ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ସହଯୋଗ କରିବେ। ଉତ୍ତରପ୍ରଦେଶରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ଯୋଗୀ ଆଦିତ୍ୟନାଥ ରବିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଭେଟିଥିଲେ।

ସେହିପରି ଉତ୍ତରାଖଣ୍ଡରେ ବିଧାୟକ ଦଳ ନେତା ନିର୍ବାଚନ କାର୍ଯ୍ୟର ଅନୁଧ୍ୟାନ ଲାଗି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ମୀନାକ୍ଷୀ ଲେଖିଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ଗୋଆରେ ସରକାର ଗଠନ ପ୍ରକ୍ରିୟାର ଅନୁଧ୍ୟାନ ପାଇଁ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏବଂ ଏଲ୍‌. ମୁରୁଗାନ୍‌ଙ୍କୁ ଦାୟିତ୍ୱ ଦିଆଯାଇଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୨୦ ଆସନରେ ବିଜୟୀ ହୋଇଥିବାବେଳେ ଏହାକୁ ମହାରାଷ୍ଟ୍ର ଗୋମନ୍ତକ ପାର୍ଟି (ଏମ୍‌ଜିପି) ଏବଂ ସ୍ବାଧୀନ ବିଧାୟକ ସମର୍ଥନ ଦେଇଛନ୍ତି। ସେହିପରି ମଣିପୁରରେ ଭାଜପା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ଆଇନମନ୍ତ୍ରୀ କିରେନ ରିଜିଜୁଙ୍କୁ ବିଧାୟକ ଦଳ ନେତା ନିର୍ବାଚନ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri