Posted inଜାତୀୟ

କଂଗ୍ରେସର ୯ ପ୍ରଶ୍ନର ଉତ୍ତର ରଖିଲା ଭାଜପା

ନୂଆଦିଲ୍ଲୀ,୨୬।୫: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରର ୯ ବର୍ଷ ପୂରଣ ହେବା ପରେ କଂଗ୍ରେସ ୯ଟି ପ୍ରଶ୍ନ କରିଛି। ଏହି ପ୍ରଶ୍ନର ଉତ୍ତର ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଦେଇଛନ୍ତି। ସେ କହିଛନ୍ତି କଂଗ୍ରେସ ଯେଉଁ ୯ଟି ପ୍ରଶ୍ନ ପଚାରିଛି ତାହା ମିଥ୍ୟା। ଏହା କଂଗ୍ରେସର ଲଜ୍ୟାର ପରାକାଷ୍ଠା।

ସାମ୍ବାଦିକ ସମ୍ମିଳନୀରେ ସେ ଆହୁରି କହିଛନ୍ତି, ତୁମେ ସମାଲୋଚନା କର, କିନ୍ତୁ ସମାଲୋଚନାରେ, ଦେଶ ଭିତରେ ଥିବା ସଂକଳ୍ପକୁ ଦୁର୍ବଳ କର ନାହିଁ, ଏହା ଏକ ବଡ଼ ଅପମାନ ଓ ସେହି ଲକ୍ଷ ଲକ୍ଷ ସେବା କର୍ମଚାରୀ, ଡାକ୍ତର, ନର୍ସ, ସଫେଇ କର୍ମଚାରୀ, ଆମ୍ବୁଲାନ୍ସ ଡ୍ରାଇଭରଙ୍କର ଅପମାନ କରନାହିଁ। ଯେଉଁମାନେ କୋଭିଡ ଯୁଗରେ ଦେଶକୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆହୁରି କହିଛନ୍ତି, ଆଜି ଦେଶ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଆଜି ୧୬ ହଜାର କୋଟି ଟଙ୍କା ମୂଲ୍ୟର ପ୍ରତିରକ୍ଷା ରପ୍ତାନି କରାଯାଉଛି। ମୋବାଇଲ ଉତ୍ପାଦନରେ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଉତ୍ପାଦକ ହୋଇପାରିଛି। ଭାରତରେ ଡିଜିଟାଲ ପେମେଣ୍ଟର ଆକଳନ ହେଉଛି ୧୦ ବିଲିୟନ ଡଲାର। ଆଜି ବିକାଶର ପ୍ରତ୍ୟେକ କ୍ଷେତ୍ରରେ ଭାରତ ଦ୍ରୁତ ଗତିରେ ଗତି କରୁଛି। ଯଦି କଂଗ୍ରେସ ଏସବୁ ଦେଖେ ନାହିଁ, ତେବେ କେହି କ’ଣ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri