Posted inଜାତୀୟ

ମିଶନ ୨୪କୁ ନେଇ କଂଗ୍ରେସକୁ ଭାଜପାର ଚେକ ମେଟ୍‌!

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ କଲାଣି ଭାଜପା। ୨୪ ଲୋକସଭା ନିର୍ବାଚନ ପୂର୍ବରୁ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନକୁ ନେଇ ସବୁ ରାଜ୍ୟର ଏନଡିଏ ମେଣ୍ଟକୁ ସୂଦୃଢ କରିବା ପାଇଁ ବଳ ଗୋଟାଉଛି ଭାଜପା। ସେପଟେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କର ନିର୍ବାଚନ ତାରିଖ ଘୋଷଣା ହେବ ପୂର୍ବରୁ ଭାଜପା ମଧ୍ୟପ୍ରଦେଶ ଓ ଛତିଶଗଡରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରି ଜାତୀୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ତେବେ ଦେଶରେ ଏହି ରଣନୀତି ପ୍ରଥମେ ବହୁଜନ ସମାଜ ପାର୍ଟି (ବିଏସପି) ଆରମ୍ଭ କରିଥିଲା। ନିର୍ବାଚନର ପ୍ରାୟ ଏକ ବର୍ଷ ପୂର୍ବରୁ ବିଏସପି ନିଜର ପ୍ରାର୍ଥୀ ଘୋଷଣା କରି ସେମାନଙ୍କୁ ମଇଦାନକୁ ଓହ୍ଲାଇଥିଲା। ତେବେ ବର୍ତ୍ତମାନ ଭାଜପାର ଏହି ଚେକ୍‌ ମେଟ୍‌ରେ ଅଡୁଆରେ ପଡିଛି କଂଗ୍ରେସ।

ଜାତୀୟ ରାଜନୀତିରେ ଚର୍ଚ୍ଚା ହେଉଥିଲା କି, ଭାଜପା ପୂର୍ବରୁ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିବ, କିନ୍ତୁ କଂଗ୍ରେସକୁ ଏଥିରେ ବାଜିମାତ ଦେଇଛି ଭାଜପା। ବର୍ତ୍ତମାନ ଭାଜପା ଦୁଇ ରାଜ୍ୟରେ ଆଗୁଆ ନିଜ ଯୋଦ୍ଧାଙ୍କୁ ଟିକେଟ ବାଣ୍ଟି ସାରିଥିବାବେଳେ କଂଗ୍ରେସ ଶିବିରରେ ମଧ୍ୟ ଏନେଇ ଆଲୋଚନା ଆରମ୍ଭ ହୋଇଗଲାଣି।  ଆଶା କରାଯାଉଛି ଯେ ଖୁବ ଶୀଘ୍ର କଂଗ୍ରେସ ମଧ୍ୟ ନିଜର ପ୍ରାର୍ଥୀ ଘୋଷଣା କରିବ। ତେବେ ଏନେଇ କଂଗ୍ରେସ ନେତାମାନେ କହିଛନ୍ତି , ଭାଜପା ପରେ ସେମାନଙ୍କ ପ୍ରାର୍ଥୀ ଘୋଷଣା ହେଲେ ମଧ୍ୟ ସେମାନେ ଭାଜପା ଅପେକ୍ଷା ଅଧିକ ଶକ୍ତିଶାଳୀ ପ୍ରାର୍ଥୀ ମଇଦାନକୁ ଓହ୍ଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri