Posted inଜାତୀୟ

ମେ’୨୦-୨୧ରେ ପଞ୍ଚତାରକା ହୋଟେଲରେ ଭାଜପାର ବୈଠକ…

ଜୟପୁର, ୧୮।୫ : ଚଳିତ ୨୦୨୨ ତଥା ଆସନ୍ତା ୨୦୨୩ ବର୍ଷରେ ଦେଶର ୧୧ ଟି ରାଜ୍ୟରେ ବିଧାନ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ଦୃଷ୍ଟିିରେ ରଖି କଂଗ୍ରେସ ପକ୍ଷରୁ ରାଜସ୍ଥାନର ଉଦୟପୁରରେ ୩ ଦିନିଆ ଚିନ୍ତନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏବେ ଭାଜପା ପକ୍ଷରୁ ଜୟପୁରର ଏକ ପଞ୍ଚ ତାରଖା ହୋଟେଲରେ ବିଧାନସଭା ନିର୍ବାଚନ ପୂର୍ବରୁ ସଂଗଠନକୁ ମଜବୁତ କରିବା ପାଇଁଏକ ବୈଠକ ମେ’୨୦-୨୧ରେ ଆୟୋଜନ କରାଯାଉଛି ଏଥିରେ ଭାଜପାର ସମସ୍ତ ବରିଷ୍ଠ କାର୍ଯ୍ୟକର୍ତ୍ତା ସାମିଲ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ବୈଠକକୁ ସମ୍ବୋଧିତ କରିବେ ଏବଂ ସଂଗଠନକୁ ମଜବୁତ କରିବା ପାଇଁ କର୍ମୀଙ୍କୁ ମନ୍ତ୍ର ଦେବେ।

ଚଳିତ ବର୍ଷ ଗୁଜରାଟ ଏବଂ ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥି ସହିତ ଆସନ୍ତା ବର୍ଷ ଛତିଶଗଡ, ରାଜସ୍ଥାନ, ତେଲେଙ୍ଗାନା, ତ୍ରିପୁରା, ମଧ୍ୟପ୍ରଦେଶ, କର୍ନାଟକ, ମେଘାଳୟ, ମିଜୋରାମ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜନୈତିକ ସମୀକ୍ଷକଙ୍କ ଅନୁଯାୟୀ, ଭାଜପା ଏକ ନିର୍ବାଚନୀ ବାର୍ତ୍ତା ଦେବାକୁ ଚାହୁଁଛି ଯାହା ଦ୍ୱାରା ଦଳର ଅଧିକାରୀ ଏବଂ କର୍ମୀମାନେ ଉତ୍ସାହର ସହିତ କାମ କରିପାରିବେ।

ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭାଜପାର ୨ ଦିନିଆ ଜାତୀୟ ବୈଠକରେ ଯୋଗଦେବା ପାଇଁ ମେ ୧୯ରେ ଜୟପୁର ଆସିବାର କାର୍ଯ୍ୟକ୍ରମ ରହିଛି। ବିମାନ ବନ୍ଦରରୁ ବୈଠକ ହେଉଥିବା କୁକସ ସ୍ଥିତ ହୋଟେଲ ପର୍ଯ୍ୟନ୍ତ ୨୧ ହଜାର ଭାଜପାର ଦଳୀୟ ପତାକା ଲଗାଯିବ।

ବୈଠକରେ ଉପାଧ୍ୟକ୍ଷ, ମହା ସଚିବ, ସଚିବ, ରାଜ୍ୟ ସଭାପତି-ସଂଗଠନର ସାଧାରଣ ସମ୍ପାଦକ, ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଷ୍ଟ୍ରୀୟ ମୋର୍ଚ୍ଚା ଅଧ୍ୟକ୍ଷଙ୍କ ସମେତ ୧୩୫ ପଦାଧିକାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri