ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ, ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୧୯ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଭାଜପା ସକ୍ରିୟ ସଦସ୍ୟଙ୍କ ସମ୍ମିଳନୀ ଶନିବାର ଅପରାହ୍ନ ୨ଟାରେ ତୁରୁମୁଙ୍ଗା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀର ୧ ହଜାରରୁ ଊଦ୍ଧର୍‌ବ ସକ୍ରିୟ ଆଗଧାଡ଼ିର କର୍ମୀଙ୍କୁ ସଂଗଠନ ସୁଦୃଢ଼ କରିବାକୁ ନେତାମାନେ ଗୁରୁମନ୍ତ୍ର ଦେଇଥିଲେ। ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଯୋଗଦେଇ ନିର୍ବାଚନ ପର୍ବରେ ପାଟଣା ନିର୍ବାଚନ ମଣ୍ଡଳୀରୁ ସମସ୍ତ ସକ୍ରିୟ ସଦସ୍ୟଙ୍କୁ ଉଦ୍‌ବୋଧନ ଦେଇ ଉଭୟ ଦିଲ୍ଲୀ ଓ ଓଡ଼ିଶାରେ ଭାଜପାର ଡବଲ ଇଞ୍ଜିନ ସରକାର ଶାସନ କରୁଛି। ସକ୍ରିୟ ସଦସ୍ୟଙ୍କ ଗୁରୁ ଦାୟିତ୍ୱ ବଢୁଛି। ତାହାକୁ ନିର୍ବାହ କରିବା ସଦସ୍ୟଙ୍କ ପ୍ରାଥମିକ କାର୍ଯ୍ୟ ବୋଲି କହିଥିଲେ। ସମ୍ମାନିତ ଅତିଥିଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ କର୍ମୀଙ୍କୁ ଉଦ୍‌ବୋଧନ ଦେଇ ସମସ୍ତ ଭେଦଭାବ, ମନମାଳିନ୍ୟକୁ ଭୁଲି ସଂଗଠନକୁ ଏକ କରି ଲୋକଙ୍କ ପାଇଁ କାର୍ଯ୍ୟ କରି ସୁନାର କେନ୍ଦୁଝର ଗଢ଼ିବା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ବପ୍ନକୁ ପୁରଣ କରିବା ପାଇଁ ଆହ୍ବାନ ଦେଇଥିଲେ। ଏଥିରେ ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, ନିର୍ବାଚନ ମଣ୍ଡଳୀ ସଂଯୋଜକ ସୁଦର୍ଶନ ମହାନ୍ତ, ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ଦାଶମତି ଚାତାର୍‌, ମହିଳା ନେତ୍ରୀ ବିଜୟଲକ୍ଷ୍ମୀ ପାତ୍ର, ସୋମବାରୀ ମୁଣ୍ଡା, ପାଟଣା ବିଧାୟକଙ୍କ ପ୍ରତିନିଧି କମଳାକାନ୍ତ ଦାଶ, ସାହାରପଡ଼ା ବ୍ଲକ୍‌ ପୂର୍ବତନ ଅଧ୍ୟକ୍ଷ ଗୌତମ ନାୟକ, ଏମ୍‌ପିଙ୍କ ଜିଲା ପ୍ରତିନିଧି ହରି ମହାନ୍ତ, ବ୍ଲକ୍‌ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ଜିଲା ଭାଜପା ସମ୍ପାଦକ ହେମରଞ୍ଜନ ବାରିକ, ଆଦିବାସୀ ମୋର୍ଚ୍ଚା ଜିଲା ସଭାପତି କମଳାକାନ୍ତ ସିଂ, ଓବିଶି ମୋର୍ଚ୍ଚା ସଭାପତି ଲକ୍ଷ୍ମଣ ରାଉତଙ୍କ ସହ ଛାମୁଆ ସଂଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri