ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ, ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୧୯ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଭାଜପା ସକ୍ରିୟ ସଦସ୍ୟଙ୍କ ସମ୍ମିଳନୀ ଶନିବାର ଅପରାହ୍ନ ୨ଟାରେ ତୁରୁମୁଙ୍ଗା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀର ୧ ହଜାରରୁ ଊଦ୍ଧର୍‌ବ ସକ୍ରିୟ ଆଗଧାଡ଼ିର କର୍ମୀଙ୍କୁ ସଂଗଠନ ସୁଦୃଢ଼ କରିବାକୁ ନେତାମାନେ ଗୁରୁମନ୍ତ୍ର ଦେଇଥିଲେ। ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଯୋଗଦେଇ ନିର୍ବାଚନ ପର୍ବରେ ପାଟଣା ନିର୍ବାଚନ ମଣ୍ଡଳୀରୁ ସମସ୍ତ ସକ୍ରିୟ ସଦସ୍ୟଙ୍କୁ ଉଦ୍‌ବୋଧନ ଦେଇ ଉଭୟ ଦିଲ୍ଲୀ ଓ ଓଡ଼ିଶାରେ ଭାଜପାର ଡବଲ ଇଞ୍ଜିନ ସରକାର ଶାସନ କରୁଛି। ସକ୍ରିୟ ସଦସ୍ୟଙ୍କ ଗୁରୁ ଦାୟିତ୍ୱ ବଢୁଛି। ତାହାକୁ ନିର୍ବାହ କରିବା ସଦସ୍ୟଙ୍କ ପ୍ରାଥମିକ କାର୍ଯ୍ୟ ବୋଲି କହିଥିଲେ। ସମ୍ମାନିତ ଅତିଥିଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ କର୍ମୀଙ୍କୁ ଉଦ୍‌ବୋଧନ ଦେଇ ସମସ୍ତ ଭେଦଭାବ, ମନମାଳିନ୍ୟକୁ ଭୁଲି ସଂଗଠନକୁ ଏକ କରି ଲୋକଙ୍କ ପାଇଁ କାର୍ଯ୍ୟ କରି ସୁନାର କେନ୍ଦୁଝର ଗଢ଼ିବା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ବପ୍ନକୁ ପୁରଣ କରିବା ପାଇଁ ଆହ୍ବାନ ଦେଇଥିଲେ। ଏଥିରେ ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, ନିର୍ବାଚନ ମଣ୍ଡଳୀ ସଂଯୋଜକ ସୁଦର୍ଶନ ମହାନ୍ତ, ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ଦାଶମତି ଚାତାର୍‌, ମହିଳା ନେତ୍ରୀ ବିଜୟଲକ୍ଷ୍ମୀ ପାତ୍ର, ସୋମବାରୀ ମୁଣ୍ଡା, ପାଟଣା ବିଧାୟକଙ୍କ ପ୍ରତିନିଧି କମଳାକାନ୍ତ ଦାଶ, ସାହାରପଡ଼ା ବ୍ଲକ୍‌ ପୂର୍ବତନ ଅଧ୍ୟକ୍ଷ ଗୌତମ ନାୟକ, ଏମ୍‌ପିଙ୍କ ଜିଲା ପ୍ରତିନିଧି ହରି ମହାନ୍ତ, ବ୍ଲକ୍‌ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ଜିଲା ଭାଜପା ସମ୍ପାଦକ ହେମରଞ୍ଜନ ବାରିକ, ଆଦିବାସୀ ମୋର୍ଚ୍ଚା ଜିଲା ସଭାପତି କମଳାକାନ୍ତ ସିଂ, ଓବିଶି ମୋର୍ଚ୍ଚା ସଭାପତି ଲକ୍ଷ୍ମଣ ରାଉତଙ୍କ ସହ ଛାମୁଆ ସଂଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri