Posted inଜାତୀୟ

ଭାଜପା ପ୍ରସ୍ତୁତ କଲା ପଞ୍ଜାବ ବିଧାନସଭା ନିର୍ବାଚନ ଜିତିବାର ପ୍ଲାନ, ଅମରିନ୍ଦରଙ୍କ ସହ ସିଟ୍ ଶେୟାରିଂ ଫର୍ମୁଲା ଶେଷ!

ନୂଆଦିଲ୍ଲୀ,୧୭ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପଞ୍ଜାବ ବିଧାନସଭା ନିର୍ବାଚନ ଜିତିବାର ସମସ୍ତ ଯୋଜନା ପ୍ରସ୍ତୁତ କରି ସାରିଲାଣି । ଶୁକ୍ରବାର ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ପଞ୍ଜାବ ଲୋକ କଂଗ୍ରେସ’ର ନେତା କ୍ୟାପଟେନ ଅମରିନ୍ଦର ସିଂ ଏଥିରେ ଏକ ପ୍ରକାର ମୋହର ଲଗାଇ ଦେଇଛନ୍ତି । ଇତି ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂ କେନ୍ଦ୍ରମନ୍ତ୍ରୀ ତଥା ପଞ୍ଜାବର ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରଭାରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କ ସହ ସାକ୍ଷାତ୍ କରିଛନ୍ତି । ଏମାନଙ୍କ ବୈଠକ ପରେ ଶେଖାୱତ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଥମରୁ କହି ସାରିଛନ୍ତି ଆମେ ମିଳିତ ଭାବେ ନିର୍ବାଚନ ଲଢିବୁ । ଆଜି ମୁଁ ସ୍ପଷ୍ଟ କରୁଛି ଯେ ଆମେ ମିଳିମିଶି ବା ଆମ ମେଣ୍ଟ ନିର୍ବାଚନ ଲଢିବାକୁ ଯାଉଛି । ଆସନ ବୁଝାମଣାକୁ ନେଇ ସମୟ ଆସିଲେ ସୂଚନା ଦିଆଯିବ ବୋଲି ସେ କହିଛନ୍ତି । ଅନ୍ୟପଟେ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି ଆମ ମେଣ୍ଟ ୧୦୧ ପ୍ରତିଶତ ନିର୍ବାଚନ ଜିତି ସରକାର ଗଢିବାକୁ ଯାଉଛୁ । ଯେବେ ଆସନ ବଣ୍ଟା ହୋଇଯିବ ତା’ପରେ ବିଜୟ ସମ୍ଭାବନା ସବୁଠାରୁ ବଡ ଓ ଏକମାତ୍ର ଫ୍ୟାକ୍ଟର ହେବ । ଆସନକୁ ନେଇ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ।
ଅନ୍ୟପଟେ ଭାଜପା ସୁଖଦେବ ସିଂ ଢିଢସାଙ୍କ ଦଳ ସହ ମଧ୍ୟ ମେଣ୍ଟ କରିବା ଏକ ପ୍ରକାର ନିଶ୍ଚିତ ହୋଇ ଯାଇଥିବା କୁହାଯାଉଛି । ଆଗରୁ ଅନୁମାନ କରାଯାଉଥିଲା କି ପଞ୍ଜାବ ବିଧାନସଭାର ୧୧୭ ଆସନ ମଧ୍ୟରୁ ଭାଜପା ୮୦-୮୫ ଆସନରେ ନିର୍ବାଚନ ଲଢିପାରେ, ଏହାସହ ଅମରିନ୍ଦର ସିଂଙ୍କ ଦଳ ୨୦-୨୫ ଆସନରେ ଓ ଆଉ କିଛି ଆସନ ସୁଖଦେବ ସିଂ ଢିଢସାଙ୍କ ଦଳକୁ ଦିଆଯିବ । ଏବେ କେବଳ ଅପେକ୍ଷା କାହାକୁ ମିଳୁଛି କେତେ ଆସନ । ଆହୁରି ମଧ୍ୟ ଅନୁମାନ କରାଯାଉଛି କି ଭାଜପା ସହ ଯଦି ଅନ୍ୟ ଦଳର ତାଳମେଳ ଠିକ ରହିଲା ତେବେ ଡିସେମ୍ବର ଶେଷ ସୁଦ୍ଧା ମେଣ୍ଟ ସମ୍ପର୍କରେ ଘୋଷଣା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri