Posted inଜାତୀୟ

୨୪ ଘଣ୍ଟା ଷଡଯନ୍ତ୍ର କରୁଛି ଭାଜପା, ଏଏପିର କାହାକୁ ବି ଗିରଫ କରିପାରେ: କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୨୮।୯: ଗୁଜରାଟ ନିର୍ବାଚନରେ ପରାଜୟ ଭୟରେ ଏଏପିକୁ ଦମନ କରିବା ଲାଗି ଭାଜପା ଯଥାସମ୍ଭବ ଚେଷ୍ଟା କରୁଛି। ଏମିତିରେ ମିଥ୍ୟା ଅଭିଯୋଗରେ ଦଳର ଯେକୌଣସି କର୍ମୀଙ୍କୁ ଜେଲ ଯିବାକୁ ପଡ଼ିପାରେ ବୋଲି ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି। ଦିଲ୍ଲୀ ଅବକାରୀ ନୀତି ମାମଲାରେ ଏଏପିର କମ୍ୟୁନିକେଶନ ଦାୟିତ୍ୱରେ ଥିବା ବିଜୟ ନାୟାରଙ୍କୁ ସିବିଆଇ ଗିରଫ କରିବାର ଗୋଟିଏ ଦିନ ପରେ କେଜ୍ରିଓ୍ବାଲଙ୍କ ବୟାନ ଆସିଛି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ମଧ୍ୟ ଏହି ମାଲାରେ ଅଭିଯୁକ୍ତ ଅଛନ୍ତି।

କେଜ୍ରିଓ୍ବାଲ ଦାବି କରିଛନ୍ତି ଯେ, ସିସୋଡିଆଙ୍କ ବିରୋଧରେ ମିଥ୍ୟା ବୟାନ ଦେବାକୁ ତଥା ଏଜେନ୍ସି ଚାପରେ ନଇଁବାକୁ ମନା କରିବା ପରେ ଅବକାରୀ ନୀତି ଘୋଟାଲାରେ ନାୟାରଙ୍କୁ ଗିରଫ କରାଯାଇଛି। ଗୁଜରାଟ ବିଧାନସଭାରେ ପରାଜୟ ଭୟରେ ଏଏପି ଦଳର ନେତାଙ୍କୁ ମିଥ୍ୟା ମାମଲାରେ ଫସାଇବା ଲାଗି କେନ୍ଦ୍ର ସରକାର ୨୪ ଘଣ୍ଟିଆ ଷଡଯନ୍ତ୍ର ରଚିଛନ୍ତି। କାରଣ ନାୟାରଙ୍କର ଉକ୍ତ ଘୋଟାଲା ସହ କୌଣସି ସମ୍ପର୍କ ନାହିଁ। ପ୍ରଥମେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜେନାଙ୍କୁ ଗିରଫ କରାଯାଇଥିଲା। ପରେ ଏଏପି ବିଧାୟକ ଅମାନତୁଲ୍ଲା ଖାଁ, ଆଉ ଏବେ ନାୟାରଙ୍କୁ ସମ୍ପୂର୍ଣ୍ଣ ମିଥ୍ୟା ଅଭିଯୋଗରେ ଗିରଫ କରାଯାଇଛି। ଆସନ୍ତା ସପ୍ତାହରେ ସେମାନେ ସିସୋଡିଆଙ୍କୁ ଗିରଫ କରିବାକୁ ଯାଉଥିବା କହିଛନ୍ତି। ଯଦି ଭାଜପା ନାୟାରଙ୍କ ଭଳି ଦଳର ଛୋଟ କର୍ମୀଙ୍କୁ ଗିରଫ କରିପାରେ ତେବେ ସେ କାହାକୁ ବି ଗିରଫ କରିପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?