ସେନାନୀଙ୍କ ଜନ୍ମମାଟିରେ ନିର୍ମାଣ ହେବ ସ୍ମାରକୀ: ମନମୋହନ ସାମଲ

ପାଟଣା,୮।୯(ବୀରକିଶୋର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଶୁକ୍ରବାର ‘ମୋ ଦେଶ ମୋ ମାଟି’ କାର୍ଯ୍ୟକ୍ରମରେ ଯୋଗଦେବା ନେଇ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଗସ୍ତ କରିଥିଲେ। ମଲ୍ଲିପଶି ଛକଠାରେ ସଭାପତି ସାମଲ ପହଞ୍ଚତ୍ବା ପରେ ତାଙ୍କୁ ଭାଜପା ନେତୃବୃନ୍ଦ ଏବଂ କର୍ମୀ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

ପରେ ୪ ହଜାରରୁ ଊର୍ଦ୍ଧ୍ୱ କର୍ମୀ ଏକ ବାଇକ୍‌ ରାଲିରେ ବାହାରି ପାଟଣା ବଜାର ପରିକ୍ରମା କରି ଦୁର୍ଗାଦେଇପୁରରେ ପହଞ୍ଚତ୍ଥିଲେ। ଏହି ଅବସରରେ ମୃତ୍ତିକା ସଂଗ୍ରହ କରାଯାଇଥିଲା। ଭାଜପା ସଭାପତି ସାମଲ ତାଙ୍କ ପ୍ରତିକ୍ରିୟାରେ କହିଥିଲେ, ସ୍ବାଧୀନତାର ଅମୃତ ମହୋତ୍ସବ ଅବସରରେ ୭୫ ବର୍ଷ ତଳେ ଦେଶ ପାଇଁ ଜୀବନ ଦେଇଥିବା ସେନାନୀ ଏବଂ ଚାଇନା, ପାକିସ୍ତାନ ଏବଂ ବାଂଲାଦେଶ ଯୁଦ୍ଧରେ ବୀର ଗତି ଲାଭ କରିଥିବା ସୈନିକଙ୍କ ଜନ୍ମମାଟିରେ ଦିଲ୍ଲୀରେ ଏକ ସ୍ମାରକୀ ନିର୍ମାଣ ହେବ, ଯାହାକୁ ବିଶ୍ୱବାସୀ ଦେଖିବେ।

ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଅନୁଷ୍ଠିତ ବାଇକ୍‌ ରାଲିରେ ରାଜ୍ୟ ଭାଜପା କୃଷକ ମୋର୍ଚ୍ଚା ସଭାପତି ମହେଶ୍ବର ସାହୁ, ରାଜ୍ୟ ଭାଜପା ପ୍ରବକ୍ତା ବିରଞ୍ଚତ୍ ତ୍ରିପାଠୀ, ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ଲୋକ ସଭା ପ୍ରଭାରୀ ସଞ୍ଜୀବ ମହାନ୍ତି, ଲୋକ ସଭା ମଣ୍ଡଳୀ ସଂଯୋଜକ ଶୁକଦେବ ମହାନ୍ତ, ବିଧାନସଭା ସହସଂଯୋଜକ ସୁଦର୍ଶନ ମହାନ୍ତ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ଜିଲା ଯୁବମୋର୍ଚ୍ଚା ସମ୍ପାଦକ ସବୀର ଦାଶ, ଜିଲା ଯୁବମୋର୍ଚ୍ଚା ସଭାପତି ହେମରଞ୍ଜନ ବାରିକ, ପୂର୍ବତନ ସାହାରପଡ଼ା ବ୍ଲକ ଅଧ୍ୟକ୍ଷ ଗୌତମ ନାଏକ, ଅଖିଳ ନାଏକ, ସତ୍ୟବ୍ରତ ନାଏକ, ପ୍ରହଲ୍ଲାଦ ପଲେଇ, ନାରୀନେତ୍ରୀ ବିଜୟଲକ୍ଷ୍ମୀ ପାତ୍ର, ସୋମବାରୀ ମୁଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଏପରିକି ସାହାରପଡ଼ା ବ୍ଲକ ଖୁଣ୍ଟାପଡ଼ା ପଞ୍ଚାୟତ ଗୋଜିଟାଙ୍ଗିରିର ଶହୀଦ ହେମନ୍ତ ମହାନ୍ତଙ୍କ ସ୍ମୃତିସ୍ତମ୍ଭ ନିକଟରୁ ଶହୀଦଙ୍କ ଜନ୍ମ ମାଟି ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri