ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି। ନଡ୍ଡା କହିଛନ୍ତି ଯେ ଛାତ୍ରମାନଙ୍କ ଦାବିକୁ ନେଇ କୌଣସି ପ୍ରକାରର ରାଜନୀତି କରାଯିବା ଉଚିତ ନୁହେଁ। ଏହା ଏକ ଗମ୍ଭୀର ସମସ୍ୟା ଏବଂ ଏହାର ଗଭୀର ଭାବରେ ଆଲୋଚନା ହେବା ଆବଶ୍ୟକ। ସେ ଆହୁରି ମଧ୍ୟ କହିଛନ୍ତି ଯେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ପ୍ରାୟ ୧୫୨ଟି ପ୍ରଶ୍ନପତ୍ର ଲିକ ନେଇ ଯେଉଁ ଅଭିଯୋଗ ଆଣିଛନ୍ତି, ତାହା ଏକ ତଦନ୍ତର ବିଷୟ ଏବଂ ସରକାର ଏହାର ସମସ୍ତ ଜବାବ ଜନସାଧାରଣଙ୍କ ସମ୍ମୁଖରେ ରଖିବେ।

କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ସ୍ପଷ୍ଟ କରିଛନ୍ତି ଯେ ସରକାର ସଂସଦରେ ଏହି ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। କଂଗ୍ରେସ ଶାସିତ ରାଜ୍ୟମାନଙ୍କରେ ମଧ୍ୟ ପ୍ରଶ୍ନପତ୍ର ଲିକ ହୋଇଛି ବୋଲି ସେ ଦର୍ଶାଇଛନ୍ତି। ରାହୁଲ ଗାନ୍ଧୀ କାହିଁକି ଏତେ ସେଲେକ୍ଟିଭ ହେଉଛନ୍ତି ଏବଂ କାହିଁକି ଏକପାଖିଆ କଥା କହୁଛନ୍ତି ବୋଲି ପ୍ରଶ୍ନ କରି ନଡ୍ଡା ଅଭିଯୋଗ କରିଛନ୍ତି ଯେ ରାହୁଲଙ୍କ ପ୍ରକୃତ ଉଦ୍ଦେଶ୍ୟ ଛାତ୍ରମାନଙ୍କ ହିତ ନୁହେଁ, ବରଂ ସେ ଏହା ମାଧ୍ୟମରେ ନିଜର ରାଜନୈତିକ ରୁଟି ସେକୁଛନ୍ତି। ଛାତ୍ରମାନଙ୍କ ସମସ୍ୟା ପ୍ରତି ମୋଦି ସରକାର ଅତ୍ୟନ୍ତ ସମ୍ବେଦନଶୀଳ ଏବଂ ଆରୋପ-ପ୍ରତ୍ୟାରୋପ ବଦଳରେ ସଦନରେ ଆଲୋଚନା ହେବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି।

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ ଜେ.ପି. ନଡ୍ଡା କହିଛନ୍ତି ଯେ ସୋନମ ୱାଙ୍ଗଚୁକଙ୍କୁ ଭେଟି ତାଙ୍କର ଅନସନ ଭାଙ୍ଗିବା ପାଇଁ ଅନୁରୋଧ କରାଯାଇଛି ଏବଂ ତାଙ୍କ ସହ ଆଲୋଚନା ଅତ୍ୟନ୍ତ ସକାରାତ୍ମକ ରହିଛି। ୱାଙ୍ଗଚୁକ ଆଜି ସରକାରଙ୍କୁ ଏକ ଚିଠି ଲେଖିଛନ୍ତି, ଯାହାର ଉତ୍ତର ଆଗକୁ ଦିଆଯିବ। ଏହାସହ ସି.ଜେ.ପି. (CJP) ସହିତ ମଧ୍ୟ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶରେ ଆଲୋଚନା ହୋଇଛି ଏବଂ ସରକାର ସେମାନଙ୍କଠାରୁ ଲିଖିତ ଦାବି ମାଗିଛନ୍ତି, ଯାହାକୁ ନେଇ ଆଗକୁ ବିଚାର କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri