ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା। କିନ୍ତୁ ପରେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କଲେ। ଏପରି କି ଭାଜପା ପକ୍ଷରୁ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରାଗଲା। ହେଲେ ଏହାପରଠାରୁ ଦଳ ଆଉ ପ୍ରାର୍ଥୀ ତାଲିକାକୁ ନେଇ ଆଗେଇପାରି ନାହିଁ କି ବାକି ଲୋକ ସଭା ଆସନ ଏବଂ ଗୋଟିଏ ହେଲେ ବି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ। ଏଣେ ବିଜେଡି ୧୫ ଲୋକ ସଭା ଆସନ ସହ ଏକାବେଳେ ୭୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଲାଣି। ବିଜେଡିର ଏହି ପଦକ୍ଷେପ ପରେ ଅନୁଗୋଳ ଜିଲାରେ ବିଜେଡି ପ୍ରାର୍ଥୀମାନେ ଏବେ ଲୋକଙ୍କ ନିକଟକୁ ଯିବା ଆରମ୍ଭ କଲେଣି। ହେଲେ ବିଧାନସଭା ପ୍ରାର୍ଥୀ ଘୋଷଣା କ୍ଷେତ୍ରରେ ଭାଜପା ପଛରେ ପଡ଼ିଥିବାରୁ ଅନୁଗୋଳ ଜିଲାର ଭାଜପା ଆଶାୟୀମାନଙ୍କ ନିଦ ହଜିଯାଇଛି। ଜିଲାର କେଉଁ ଆସନରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ମଧ୍ୟ କର୍ମୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି।
୨୦୧୯ ସାଧାରଣ ନିର୍ବାଚନରେ ଅନୁଗୋଳ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀମାନେ ବିଜେଡିକୁ କଡ଼ା ଟକ୍କର ଦେଇଥିଲେ। କିନ୍ତୁ ନିର୍ବାଚନୀ ଯୁଦ୍ଧରେ ଭାଜପାର ୫ ପ୍ରାଥର୍ର୍ୀ ପରାଜିତ ହୋଇଥିଲେ। ହେଲେ ଚଳିତ ନିର୍ବାଚନରେ ଭାଜପା ସମ୍ବଲପୁର ଲୋକ ସଭା ଆସନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲା ଭାଜପା ଶିବିରରେ ଉତ୍ସାହ ଖେଳିଯାଇଛି। କାରଣ ସମ୍ବଲପୁର ଲୋକ ସଭା କ୍ଷେତ୍ର ମଧ୍ୟରେ ଅନୁଗୋଳ ଜିଲାର ଛେଣ୍ଡିପଦା ଓ ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ ଆସୁଛି। ତେଣୁ ଏହି ୨ ବିଧାନସଭା କ୍ଷେତ୍ରରୁ ଭାଜପା ଟିକେଟ୍‌ ଆଶାୟୀ ନେତାମାନେ ଦଳୀୟ ପ୍ରାର୍ଥୀ ଘୋଷଣାକୁ ଆତୁର ହୋଇ ଚାହିଁ ରହିଛନ୍ତି। ଦଳ ଏଠାରେ ପୁରୁଣା ମୁହଁଙ୍କୁ ଆଉଥରେ ଭରସା କରିବ ନା ଅମଳ ନେତାଙ୍କୁ ଆଣି ଛିଡ଼ା କରିବ, ତାହାକୁ ନେଇ ଏବେ ବିଭିନ୍ନ ମହଲରେ ଆଲୋଚନା ଜୋର ଧରିଥିବାରୁ ଏହି ନେତାମାନେ ଚିନ୍ତାରେ ପଡ଼ିଥିବା କୁହାଯାଉଛି। ଅନୁଗୋଳ ବିଧାନସଭା କ୍ଷେତ୍ରରେ ମଧ୍ୟ ସମାନ ସ୍ଥିତି। ଫଳରେ ଦଳର ବରିଷ୍ଠ ନେତା ପ୍ରତାପ ଚନ୍ଦ୍ର ପ୍ରଧାନ ଚୁପ୍‌ ହୋଇ ଦଳର ତାଲିକାକୁ ଅପେକ୍ଷା କରିଥିବା ସମର୍ଥକମାନେ କୁହାକୁହି ହେଉଛନ୍ତି। ସେହିପରି ତାଳଚେର, ପାଲଲହଡ଼ାରେ ଦଳ କାହାକୁ ପ୍ରାର୍ଥୀ କରିବ ତାହା ଏଯାଏ ସ୍ଥିର କରିପାରି ନ ଥିବା କୁହାଯାଉଛି। ହେଲେ ଆଠମଲ୍ଲିକରେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁଙ୍କ ସପକ୍ଷରେ ଅଧିକ ଆଲୋଚନା ହେଉଥିବାରୁ ସେ ସାମାନ୍ୟ ଆଶ୍ୱସ୍ତ ଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri