ଭାଜପାର ବିକ୍ଷୋଭ: ରାହୁଲ ଗାନ୍ଧୀ, ଭକ୍ତ ଦାସଙ୍କ କୁଶପୁତ୍ତଳିକା ଦାହ କରି କହିଲା କଂଗ୍ରେସ ଅମଳରେ…

ଭବାନୀପାଟଣା,୨୩ା୭(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫଦାରୀ ଘଟଣାକୁ ନେଇ ଭବାନୀପାଟଣା ଗାନ୍ଧୀ ଛକଠାରେ କଳାହାଣ୍ଡି ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଏଥିରେ ଜିଲାର ବହୁ ଭାଜପା ନେତା ଓ କର୍ମୀ, ଯୁବମୋର୍ଚ୍ଚା ସଦସ୍ୟ ବିକ୍ଷୋଭ କାର୍ଯ୍ୟକ୍ରମରେ ଯୋଗଦେଇ କଂଗ୍ରେସ ଛାତ୍ର ନେତାଙ୍କ କୁକର୍ମକୁ କଡ଼ା ସମାଲୋଚନା କରିଥିଲେ। ଭାଜପା ଜିଲା ସଭାପତି ଯୁଗଳ କିଶୋର ପୋଢ଼, ଜିଲା ଯୁବ ମୋର୍ଚ୍ଚା ସଭାପତି ବିଜୟ ଦେବ ସାହୁ, ରାଜ୍ୟ ଯୁବ ମୋର୍ଚ୍ଚା ସଂଯୋଜକ ହିମାଂଶୁ ଶେଖର ପଣ୍ଡା,ଜିଲା ମହିଳା ସଭାନେତ୍ରୀ ନିରୂପମା ନାଏକ, ପୂର୍ବତନ ଜିଲା ସଭାପତି ଭବେନ୍ଦ୍ର ପଣ୍ଡା, ଦେବେନ୍ଦ୍ର ମହାନ୍ତି, ଜିଲା ସାଧାରଣ ସମ୍ପାଦକ ଜୟଶଙ୍କର ନାଏକ, ବରିଷ୍ଠ ନେତା ରୂପେଶ ଜୈନ, ଅପ୍ରେସ ସ୍ବାଇଁ, ଜିଲା ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ନର ହରି ପଟ୍ଟନାୟକ, ମହିଳା ନେତ୍ରୀ ଶର୍ମିଷ୍ଠା ମେହେର, ଶୋଭାଙ୍ଗିନୀ ପାତ୍ର, ସନ୍ତୋସିନୀ ଦାସ, କାଞ୍ଚନ ବାଗ ପ୍ରମୁଖ ଯୋଗଦେଇ ବିକ୍ଷୋଭ ପ୍ରଦର୍ଶନ କରି କଂଗ୍ରେସ ନେତାଙ୍କ ଦୋମୁହାଁ ନୀତିକୁ କଡ଼ା ସମାଲୋଚନା କରିଥିଲେ।
ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ବନ୍ଦ ଡାକରା ଦେଇଥିବା କଂଗ୍ରେସ ନେତା ଏବେ କଂଗ୍ରେସ ଛାତ୍ର ସଭାପତିଙ୍କ କୁକର୍ମକୁ କ’ଣ କହିବେ ବୋଲି ପ୍ରଶ୍ନ କରିଥିଲେ। ସେହିପରି କଂଗ୍ରେସ ଶାସନ ସମୟରେ ମହିଳାମାନେ ବେଶୀ ନିର୍ଯାତନାର ଶିକାର ହୋଇଛନ୍ତି ବୋଲି ଅଭିଯୋଗ କରିଥିଲେ। ଭାଜପା ସରକାରକୁ ବଦନାମ କରିବାକୁ ଉଦ୍ୟମ କରିଥିବା କଂଗ୍ରେସ ଏବେ ନିଜେ ହରଡ଼ଘଣାରେ ପଡ଼ିଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri