Odisha Elections 2024

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନକୁ ବିରୋଧ କଲା ଭାଜପା

ଛତ୍ରପୁର,୭ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ହେଡ୍‌କ୍ୱାର୍ଟର ଛତ୍ରପୁର ସହରରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛତ୍ରପୁର ଭାଜପା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହେବେ ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ବିରୋଧ କରିବାରୁ ଅତିରିକ୍ତ ତହସିଲଦାର ଏବଂ ଛତ୍ରପୁର ପୋଲିସର ଉପସ୍ଥିତିର ଉକ୍ତ ଦଳୀୟ ବାନାଗୁଡ଼ିକୁ ସେଠାରୁ ହଟାଯାଇଥିଲା।

ମିଳିଥିବା ସୂଚନାନୁସାରେ, ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଏବଂ ଆଖପାଖରେ ପତାକା ଏବଂ ଶଙ୍ଖ ଚିହ୍ନର ବାନା ଲଗାଇ ବିଜେଡି ପ୍ରଚାର କରିଛି ବୋଲି ଭାଜପା ଅଭିଯୋଗ କରିଛି। ଯାହାକୁ ଛତ୍ରପୁର ଭାଜପା ପକ୍ଷରୁ ବିରୋଧ କରାଯାଇଛି ବିଜେଡିର ରାଲିରେ କିଛି ସରକାରୀ କର୍ମଚାରୀ ବୁଲୁଥିବା ମଧ୍ୟ ଅଭିଯୋଗ ହୋଇଛି। ଏହି ୨ ଅଭିଯୋଗ ନେଇ ନିଜେ ଭାଜପା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକ ଉକ୍ତ ସ୍ଥାନକୁ ଯାଇ ସରକାରୀ ଅଧିକାରୀମାନଙ୍କୁ ପ୍ରଶ୍ନ କରିବା ସହ ପ୍ରଶାସନିକ ଅଧିକାରୀମାନେ ବିଜେଡି ପାଇଁ କାମ କରୁଛନ୍ତି ବୋଲି ଅଭିଯୋଗ କରିଥିଲେ। ରବିବାର ଛତ୍ରପୁରରେ ବିଜେଡି ଏମ୍‌ପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଏବଂ ବିଧାୟକ ପ୍ରାର୍ଥୀ ସୁବାସ ବେହେରାଙ୍କ ବାଇକ୍‌ ରାଲି ବେଳେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଏବଂ ଆଖଟ୍‌ପାଖରେ ବିଜେଡି ପତାକା ଲଗାଯାଇ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିବା ଦେଖିବାକୁ ମିଳିଥିଲା।

ସୂଚନାଯୋଗ୍ୟ, ନିର୍ବାଚନ ଆଚରଣ ବିଧି ଲାଗୁ ଦିନ ହିଁ ପ୍ରଶାସନ ପକ୍ଷରୁ ଉକ୍ତ ସ୍ଥାନରୁ ଦଳୀୟ ପତାକା ହଟାଯାଇଥିଲା। ପୁଣି ଦଳୀୟ ପତାକା ଉକ୍ତ ସ୍ଥାନରେ ଲଗାଯିବାକୁ ନେଇ ପ୍ରଶାସନକୁ ଚ୍ୟାଲେଞ୍ଜ ସଦୃଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri