ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଭାଜପା ପକ୍ଷରୁ ବିକ୍ଷୋଭ

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଚନ୍ଦ୍ରଚୁଡେଶ୍ବର ଶୈବପୀଠ ନିକଟରେ ଥିବା ନରସିଂହ ପୋଖରୀର ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ସ୍ଥାନୀୟ ଅଞ୍ଚଳରେ ଜନଅସନ୍ତୋଷ ପ୍ରକାଶ ପାଇଛି। ଏଥିରେ ବହୁ ଅନିୟମିତତା କରାଯାଇଥିବା ପ୍ରତିବାଦରେ ଦିଗପହଣ୍ଡି ନଗର ଭାଜପା ପକ୍ଷରୁ ଗୁରୁବାର ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ,ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭବାନୀ ଶଙ୍କର ପଣ୍ଡା , ଦିଗପହଣ୍ଡି ନଗର ସଭାପତି ପ୍ରଶାନ୍ତ ପୂଜାରୀ , କର୍ମକର୍ତ୍ତା ଇ. ବିସିକେସନ, ସିମା ଦାସ, ବିଶ୍ୱନାଥ ପଣ୍ଡା,ରବୀନ୍ଦ୍ର କୁମାର ଶୁକ୍ଳା , ସଞ୍ଜୟ ସ୍ବାଇଁ, ଇ .ପ୍ରହଲ୍ଲାଦଙ୍କ ନେତୃତ୍ୱରେ ବହୁ ସଂଖ୍ୟକ ମହିଳା ଓ ପୁରୁଷ ଏହି ବିକ୍ଷୋଭରେ ସାମିଲ ଥିଲେ। ପୋଖରୀ ପୁନଃରୁଦ୍ଧାର ଏବଂ ପଙ୍କୋଦ୍ଧାର କାର୍ଯ୍ୟ ସଠିକ ଭାବେ କରାଯାଉନଥିବା କାରଣରୁ ସ୍ଥାନୀୟ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପୋଖରୀର ପୁନଃରୁଦ୍ଧାର ନିମନ୍ତେ ସରକାର ଅନୁଦାନ ମଞ୍ଜୁର କରିଥିବା ବେଳେ କାର୍ଯ୍ୟ ଖସଡ଼ା ଅନୁଯାୟୀ ନିର୍ମାଣ କାର୍ଯ୍ୟ ହେଉନାହିଁ। ପୋଖରୀରୁ କମ ପରିମାଣର ପଙ୍କ ଉଦ୍ଧାର ପରେ ତାହାକୁ ପୋଖରୀ ବାହାରକୁ କଢ଼ା ନ ଯାଇ ପୋଖରୀ ହୁଡ଼ାରେ ପକାଯିବା ଦ୍ବାରା ଲକ୍ଷ୍ୟ ସାଧିତ ହେବ ନାହିଁ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ପୂର୍ବରୁ ଏନେଇ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼.ଅଶୋକ କୁମାର କର୍ଣ୍ଣ ଓ ନଗରପାଳ ପ୍ରଫୁଲ ପଣ୍ଡାଙ୍କୁ ପ୍ରଦାନ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିବା କାରଣରୁ ଭାଜପା ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?