ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଭାଜପାର ବିକ୍ଷୋଭ

କଟକ ଅଫିସ,୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ରହସ୍ୟଜନକ ମୃତ୍ୟୁର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ବାରବାଟୀ ଷ୍ଟାଡିୟମସ୍ଥିତ ଓସିଏ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ମଧ୍ୟାହ୍ନ ୧୨ଟାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଓଡ଼ିଶାରେ ବାରମ୍ବାର ମହିଳାମାନଙ୍କ ଉପରେ ଅତ୍ୟାଚାର ହେଉଛି। ବିଭିନ୍ନ ସ୍ଥାନରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ଉପସ୍ଥିତ ଭାଜପା ନେତାମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ଓଡ଼ିଶା ପୋଲିସର ତଦନ୍ତ ଉପରେ ଭରସା ନ ରାଜଶ୍ରୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ସିବିଆଇ କରିବା ପାଇଁ ଦାବି କରାଯାଇଥିଲା। ସମ୍ପୂର୍ଣ୍ଣ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରା ନ ଗଲେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବୁ ବୋଲି ନେତୃବୃନ୍ଦମାନେ କହିଥିଲେ। ରଶ୍ମିରେଖା ଦାସ, ମହମ୍ମଦ ସବୀର, ପ୍ରବୀଣା ମହାପାତ୍ର, ସବ୍ୟସାଚୀ ମହାପାତ୍ର, ବିବେକାନନ୍ଦ ନାଏକ, ଦୀପ୍ତି ପଣ୍ଡା, ରଞ୍ଜନ ବେହେରା, କଳ୍ପନା ପଟ୍ଟନାୟକ, ନମିତା ମିଶ୍ର, ରତନ ମହାନ୍ତିଙ୍କ ସମେତ ବହୁ କର୍ମୀ ବିକ୍ଷୋଭରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ପରଭେଶ ବର୍ମାଙ୍କ ବଡ଼ ଘୋଷଣା: ପାଣି ଟାଙ୍କି ସଫା କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀରେ ଜଳ ସଙ୍କଟ ସମସ୍ୟାରେ ସମାଧାନ ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀ ଜଳ ମନ୍ତ୍ରୀ ପ୍ରବେଶ ବର୍ମା ଶୁକ୍ରବାର ଘୋଷଣା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri