ଓବିସି ପିଲାଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଦାବିକରି ଭାଜପାର ଆନ୍ଦୋଳନ

ଭୁବନେଶ୍ୱର,୫ା୭(ବ୍ୟୁରୋ): କେନ୍ଦ୍ର ଏବଂ କେତେଗୁଡ଼ିଏ ରାଜ୍ୟ ସରକାର ଦେଶରେ ୫୪ ପ୍ରତିଶତ ଓବିସି ବର୍ଗଙ୍କୁ ଶିକ୍ଷା କ୍ଷେତ୍ରରେ ଆଡ୍‌ମିଶନ ପାଇଁ ସଂରକ୍ଷଣ ପ୍ରଦାନ କରିଛନ୍ତି। ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ଓବିସି ବର୍ଗ ଛାତ୍ରୀଛାତ୍ରମାନେ ଶିକ୍ଷାରେ ସଂରକ୍ଷଣ ପାଇବାକୁ ହକ୍‌ଦାର । ମେଡିକାଲ, ଡେଣ୍ଟାଲ, ସୈନିକ ସ୍କୁଲ, କେନ୍ଦ୍ରୀୟ ବିଦ୍ୟାଳୟ, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ନବୋଦୟ ବିଦ୍ୟାଳୟଗୁଡିକରେ ଓବିସି ବର୍ଗ ଛାତ୍ରୀଛାତ୍ରଙ୍କ ପାଇଁ କେନ୍ଦ୍ର ସରକାର ୨୭ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଇଲେ । ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଭଳି ରାଜ୍ୟଗୁଡ଼ିକ ନିଜ ରାଜ୍ୟରେ ଓବିସି ବର୍ଗଙ୍କ ଉତ୍‌ଥାନ ପାଇଁ ସଂରକ୍ଷଣର ପ୍ରାବଧାନ କରିଛନ୍ତି । ଏପରିକି କର୍ନାଟକ ସରକାର ତାଙ୍କ ରାଜ୍ୟରେ ଓବିସିଙ୍କ ପାଇଁ ୩୨ ପ୍ରତିଶତ ସଂରକ୍ଷଣର ପ୍ରାବଧାନ କରିଛନ୍ତି । ମାତ୍ର ଓଡ଼ିଶାରେ ଏହି ସଂରକ୍ଷଣ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରା ନ ଯିବାରୁ ଓବିସି ବର୍ଗ ଛାତ୍ରୀଛାତ୍ରମାନେ ଉଚ୍ଚ ଶିକ୍ଷା ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଶିକ୍ଷା କ୍ଷେତ୍ରରେ ଆଡ୍‌ମିଶନ ପାଇଁ ଓବିସି ବର୍ଗଙ୍କୁ ରାଜ୍ୟ ସରକାର ସଂରକ୍ଷଣ ନ ଦେବା ପର୍ଯ୍ୟନ୍ତ ରାଜ୍ୟ ଭାଜପା ଓବିସି ମୋର୍ଚ୍ଚା ତରଫରୁ ଆନ୍ଦୋଳନ କରାଯିବ ବୋଲି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ କହିଛନ୍ତି । ଓବିସି ବର୍ଗଙ୍କ ସାମ୍ବିଧାନିକ ହକ୍‌ ପାଇଁ ଏହି ଆନ୍ଦୋଳନ ତୀବ୍ର ରୂପ ଧାରଣ କରିବା ସହ ଆଗାମୀ ଦିନରେ ରାଜ୍ୟର ପ୍ରତି ଜିଲାରେ ଆନ୍ଦୋଳନ ଏବଂ ଧାରଣା ପ୍ରଦର୍ଶନ କରାଯିବ ବୋଲି ସୁରଥ କହିଛନ୍ତି। ଧାରଣାସ୍ଥଳକୁ ଭାଜପାର କେତେଜଣ ବିଧାୟକ ଯାଇ ଏ ସମ୍ପର୍କରେ ଆନ୍ଦୋଳନକାରୀଙ୍କ ସଙ୍ଗେ ଆଲୋଚନା କରିବା ସହ ଏହି ପ୍ରସଙ୍ଗ ବିଧାନସଭାରେ ଉଠାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri