ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ

କର୍ଲାମୁଣ୍ଡା,୨୪।୧୧(ଡି.ଏନ୍‌ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ବୁଧବାର ବିଜେଡି ପକ୍ଷରୁ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶତାଧିକ କର୍ମୀ ଶୋଭାଯାତ୍ରାରେ ଆସି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ନାରା ବାଜି ଦେଇଥିଲେ। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କର୍ଲାମୁଣ୍ଡା ତହସିଲଦାର ବାସନ୍ତୀ ସେଠୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ କର୍ଲାମୁଣ୍ଡା ବିଜୁ ମହିଳା, ଯୁବ ଓ ଛାତ୍ର ଜନତା ଦଳ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲା ଛାତ୍ର ବିଜେଡି ସଭାପତି ଅଜିତ କୁମାର ସାହୁ, ଯୁବ ନେତା ଦଳଜିତ ସିଂ ପ୍ରମୁଖ ଯୋଗ ଦେଇଥିଲେ।