ପ୍ରଶ୍ନପତ୍ର ତ୍ରୁଟିକୁ ନେଇ ଭାଜପାର ବିକ୍ଷୋଭ

ବାରିପଦା ଅଫିସ,୨୦ା୩: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ତ୍ରୁଟି ପ୍ରତିବାଦରେ ବାରିପଦା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ଯୁବମୋର୍ଚ୍ଚା ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ବେପରୁଆ ମନୋଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ହେବା ନେଇ ଅଭିଯୋଗ ହୋଇଥିଲା। ଭାଜପା ଯୁବମୋର୍ଚ୍ଚା ମୟୂରଭଞ୍ଜ ତରଫରୁ ଶିକ୍ଷାମନ୍ତ୍ରୀ ସମୀର ଦାସ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ କଡ଼ା ସମାଲୋଚନା କରିବା ସହିତ କୁଶ ପୁତ୍ତଳିକା ଦାହ କରାଯାଇଥିଲା।
ଅଭିଯୋଗ ଅନୁଯାୟୀ, ପରୀକ୍ଷା ଆରମ୍ଭରୁ କିଛି ବିଷୟର ପ୍ରଶ୍ନପତ୍ରରେ ତ୍ରୁଟି ସହିତ ସୋସିଆଲ ମିଡ଼ିଆରେ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ହୋଇଥିଲା। ଏହା ଦ୍ୱାରା ମେଧାବୀ ଛାତ୍ରୀଛାତ୍ରଙ୍କ ମନୋବଳକୁ ଭାଙ୍ଗି ଦେବାସହ ସେମାନଙ୍କ ଭବିଷ୍ୟତ ଏକ ପ୍ରକାର ଅନ୍ଧକାରମୟ କରିବାକୁ ଅପଚେଷ୍ଟା କରାଯାଉଛି। ଏଥି ପାଇଁ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ସମ୍ପୂର୍ଣ୍ଣ ଭାବେ ଶିକ୍ଷାମନ୍ତ୍ରୀଙ୍କୁ ଦାୟୀ କରିଛ। କାର୍ଯ୍ୟକ୍ରମରେ ଭାଜପା ଜିଲା ସଭାପତି କାନ୍ଦ୍ରା ସରେନ, ଜିଲା ସାଧାରଣ ସମ୍ପାଦକ ବିଜୟ ଦାସ, ପ୍ରବୀଣ ପାତ୍ର, କବି ବିଷ୍ଣୁ ଶତପଥୀ, ଫାଗୁ ହଁାସଦା, ସୁମନ ସିଂ, ସୁକୁଲ ମୁର୍ମୁ, ଜିଲା ଯୁବ ସଭାପତି ବଲରାମ ସାହୁ, ଜିଲା ସାଧାରଣ ସମ୍ପାଦକ ଦେବବ୍ରତ ସାମଲ, ସମ୍ପାଦକ ସୁରଜ ଲୋହାର, ଉପସଭାପତି ସ୍ରୁଷ୍ଟି ଓତା, ମହିଳା ମୋର୍ଚ୍ଚା ଜିଲା ସାଧାରଣ ସମ୍ପାଦକ ପାୟଲ ରାୟଙ୍କ ସହିତ ମାନସୀ ତ୍ରିପାଠୀ, କାଉନ୍‌ସିଲର ଭାଗ୍ୟଲକ୍ଷ୍ମୀ ନାୟକ, ରାଜ ଗୁପ୍ତା, ସସ୍ମିତା ପୃଷ୍ଟି, ଚିନ୍ମୟ ପଲେଇ, ଜଗଦୀଶ ବିନ୍ଧାଣୀ, ସୁସ୍ମିତା ବେହେରା, ଦୀପାଳୀ ନାୟକ, ସୁବ୍ରତ ମୁଖୀ, ଦୀପୁ ମୁର୍ମୁ ପ୍ରମୁଖଙ୍କ ସହିତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri